ବାର୍‌ହା ଫାଶରେ ପଡ଼ି କଲରାପତରିଆ ମୃତ

ଢେଙ୍କାନାଳ ଅଫିସ୍‌/ସାତମାଇଲ/ହିନ୍ଦୋଳ(ଡି.ଏନ୍‌.ଏ.), ୨୧ା୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ କର୍ଣ୍ଣପୁର ବିଟ୍‌ ହାଉସ୍‌ର କୋଇ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯାଇଛି। ଶିକାରୀ ବିଛାଇଥିବା ବାର୍‌ହା ଫାଶରେ ପଡ଼ି ବାଘଟିର ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଉକ୍ତ କଲରାପତରିଆର ଆନୁମାନିକ ବୟସ ୩ରୁ ୪ବର୍ଷ ମଧ୍ୟରେ ହୋଇଥିବା ବେଳେ ପ୍ରାୟ ୩ଦିନ ତଳେ ଏହାର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ପାଇ ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନିଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ ହୋଇଛି। ବନାଞ୍ଚଳ ଅଧିକାରୀ ଲୋହିତ କୁମାର ରଥ ବିଭାଗୀୟ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ତନାଘନା କରିଛନ୍ତି।
ଅନ୍ୟପଟେ ଏହାକୁ ନେଇ କର୍ଣ୍ଣପୁର ଗ୍ରାମବାସୀଙ୍କ ମଧ୍ୟରେ ଭିନ୍ନମତ ପ୍ରକାଶ ପାଇଛି। ଗତ ଗୁରୁବାର ବାଘ ମୃତଦେହ ଠାବ କରାଯାଇଛି। ତେବେ ବନ କର୍ମଚାରୀ କିଛି ନ ବୁଝି ଗ୍ରାମର ୩ଜଣଙ୍କୁ ଜବରଦସ୍ତ ଉଠାଇ ନେଇଛନ୍ତି। ସେମାନଙ୍କୁ ତୁରନ୍ତ ଖଲାସ କରିବା ଦାବିରେ କର୍ଣ୍ଣପୁର ବିଟ୍‌ ହାଉସ୍‌ ସମ୍ମୁଖରେ ହିନ୍ଦୋଳ-ଅନୁଗୋଳ ରାସ୍ତାକୁ ଗ୍ରାମବାସୀ ଅବରୋଧ କରିଥିଲେ। ଫଳରେ ଶୁକ୍ରବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା। ଡିଏସ୍‌ପି ଅଞ୍ଜନା ଟୁଡୁ ଏବଂ ହିନ୍ଦୋଳ ଥାନାଧିକାରୀ ପହଞ୍ଚତ୍ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା।
ହିନ୍ଦୋଳ ବନାଞ୍ଚଳରେ କଲରାପତରିଆ ବାଘବଂଶ ବୃଦ୍ଧି ପାଉଛି। ଏହାକୁ ନେଇ ବନ ବିଭାଗ ଉତ୍ସାହିତ ଥିବାବେଳେ ଶିକାରୀ ଫାଶରେ ବାଘମୃତ୍ୟୁ ଚିନ୍ତା ବଢ଼ାଇଛି। ପାଟ୍ରୋଲିଂ ଦାୟିତ୍ୱରେ ଥିବା କର୍ମଚାରୀମାନେ ଠିକ୍‌ ଭାବେ ଦାୟିତ୍ୱ ତୁଲାଉ ନ ଥିବାରୁ ଏଭଳି ଘଟଣା ଘଟିଥିବା ଆଲୋଚନା ହେଉଛି। ବାଘ ବିଚରଣ କରୁଥିବା କୋର୍‌ ଅଞ୍ଚଳରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରିବାକୁ ପରିବେଶପ୍ରେମୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?