Posted inଜାତୀୟ

କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ

ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ ଆଉ ୭ଟି ମୃଗଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୧ ତାରିଖ ଭୋର ସମୟରେ ଏହି ଘଟଣା ଘଟିଥିବାବେଳେ ସ୍ଥାନୀୟ ବନବିଭାଗ ଏହାର ତଦନ୍ତ ଚଳାଇଛି। ବନ ଅଧିକାରୀଙ୍କ କହିବା ଅନୁଯାୟୀ, କଲରାପତରିଆଟି କୌଣସି ପ୍ରକାରେ ବାଡ଼ ଅତିକ୍ରମ କରି କେଭାଡିଆ ଫରେଷ୍ଟ ଡିଭିଜନ୍‌ ଅନ୍ତର୍ଗତ ପାର୍କରେ ପଶିଥିଲା। ଷ୍ଟାଚ୍ୟୁ ଅଫ୍‌ ୟୁନିଟିକୁ ଘେରିରହିଥିବା ଶୁଲପନେଶ୍ୱର ବନ୍ୟପ୍ରାଣୀ ଅଭୟାରଣ୍ୟ କଲରାପତରିଆ ପାଇଁ ବେଶ୍‌ ଜଣାଶୁଣା। ପାର୍କ ଭିତରେ କଲରାପତରିଆ ଆକ୍ରମଣ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିଥିବା ବେଳେ ଅବଶିଷ୍ଟ ୭ ମୃଗ ଦୁଃଖ ତଥା ଭୟଭୀତ ହୋଇ ପ୍ରାଣ ହରାଇଥିବା ବିଶ୍ୱାସ କରାଯାଉଛି। ୮ଟି ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ସମାଧି ଦିଆଯାଇଛି। ସଫାରି ପାର୍କରେ କଲରାପତରିଆ ପଶିବା ପ୍ରଥମ ଘଟଣା ବୋଲି ଉପ ବନ ସଂରକ୍ଷକ (ଡିସିଏଫ୍‌) ଅଗ୍ନିଶ୍ୱର ବ୍ୟାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri