କଲରାପତରିଆ ବାଘଛାଲ ଜବତ: ୪ ଗିରଫ

ଦେବଗଡ଼/ରିଆମାଳ, ୨୨ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି, ନାକଟିଦେଉଳ ଥାନା ତିଲେଇମାଳ ଗ୍ରାମର ରତିଆ କିଡୋ, ଅଜିତ କୁମାର ଲାକ୍ରା, ଜମନକିରା ଥାନା ଗୁଳଜିପାଲି ଗ୍ରାମର ପଦ୍ମନାଭ ଦଣ୍ଡପାଟ।
ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ନାକଟିଦେଉଳ ଫରେଷ୍ଟ ରେଞ୍ଜ ଜଙ୍ଗଲ ମଧ୍ୟରୁ ଏକ କଲରାପତରିଆ ବାଘ ଶିକାର ପରେ ଏହାର ଛାଲକୁ ବିକ୍ରି ପାଇଁ ଉଦ୍ୟମ ହେଉଥିଲା। ଏନେଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡଙ୍ଗୀ କୌଣସି ସୂତ୍ରରୁ ସୂଚନା ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଦେବଗଡ଼ ରେଞ୍ଜର ଦେବଦତ୍ତ ନନ୍ଦ, ରିଆମାଳ ରେଞ୍ଜର ମହେନ୍ଦ୍ର ସାହୁ, ଦେବଗଡ ଫରେଷ୍ଟର ପ୍ରସନ୍ନ ସାହୁ, ଲଇମୁରା ଫରେଷ୍ଟର ଛବିଳ ବେହେରାଙ୍କୁ ନେଇ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିଲା। ଉପରୋକ୍ତ ବେପାରୀମାନେ ମଙ୍ଗଳବାର ସନ୍ଧ୍ୟାରେ ନାକଟିଦେଉଳ ପଟୁ ରିଆମାଳ ଆଡକୁ ଆସିବା ସମୟରେ ବନ ବିଭାଗ ସ୍ବତନ୍ତ୍ର ସ୍କ୍ବାଡ୍‌ ସିନ୍ଦୁରକଲି ଜଙ୍ଗଲ ରାସ୍ତାରେ ସେମାନଙ୍କୁ କାବୁ କରିଥିଲେ। ସେମାନଙ୍କଠାରୁ ବାଘଛାଲ ଓ ୬ଟି ମୋବଇଲ ଫୋନ ଜବତ କରାଯିବା ସହ ବୁଧବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri