କଲରାପତରିଆ ବାଘଛାଲ ଜବତ: ୪ ଗିରଫ

ଦେବଗଡ଼/ରିଆମାଳ, ୨୨ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି, ନାକଟିଦେଉଳ ଥାନା ତିଲେଇମାଳ ଗ୍ରାମର ରତିଆ କିଡୋ, ଅଜିତ କୁମାର ଲାକ୍ରା, ଜମନକିରା ଥାନା ଗୁଳଜିପାଲି ଗ୍ରାମର ପଦ୍ମନାଭ ଦଣ୍ଡପାଟ।
ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ନାକଟିଦେଉଳ ଫରେଷ୍ଟ ରେଞ୍ଜ ଜଙ୍ଗଲ ମଧ୍ୟରୁ ଏକ କଲରାପତରିଆ ବାଘ ଶିକାର ପରେ ଏହାର ଛାଲକୁ ବିକ୍ରି ପାଇଁ ଉଦ୍ୟମ ହେଉଥିଲା। ଏନେଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡଙ୍ଗୀ କୌଣସି ସୂତ୍ରରୁ ସୂଚନା ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଦେବଗଡ଼ ରେଞ୍ଜର ଦେବଦତ୍ତ ନନ୍ଦ, ରିଆମାଳ ରେଞ୍ଜର ମହେନ୍ଦ୍ର ସାହୁ, ଦେବଗଡ ଫରେଷ୍ଟର ପ୍ରସନ୍ନ ସାହୁ, ଲଇମୁରା ଫରେଷ୍ଟର ଛବିଳ ବେହେରାଙ୍କୁ ନେଇ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିଲା। ଉପରୋକ୍ତ ବେପାରୀମାନେ ମଙ୍ଗଳବାର ସନ୍ଧ୍ୟାରେ ନାକଟିଦେଉଳ ପଟୁ ରିଆମାଳ ଆଡକୁ ଆସିବା ସମୟରେ ବନ ବିଭାଗ ସ୍ବତନ୍ତ୍ର ସ୍କ୍ବାଡ୍‌ ସିନ୍ଦୁରକଲି ଜଙ୍ଗଲ ରାସ୍ତାରେ ସେମାନଙ୍କୁ କାବୁ କରିଥିଲେ। ସେମାନଙ୍କଠାରୁ ବାଘଛାଲ ଓ ୬ଟି ମୋବଇଲ ଫୋନ ଜବତ କରାଯିବା ସହ ବୁଧବାର ଗିରଫ କରି କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri