କୋଭିଡ ନିୟମ ଉଲ୍ଲଘଂନ କରି କଳସ ଶୋଭାଯାତ୍ରା: ଥାନାରେ ମାମଲା

ପଟ୍ଟାମୁଣ୍ଡାଇ,୧୩।୭(ସ୍ବ.ପ୍ର)-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ବଳଭଦ୍ରପୁର ଗ୍ରାମରେ ଗ୍ରାମଦେବତୀଙ୍କ ପ୍ରତିଷ୍ଠା ଉତ୍ସବରେ କୋଭିଡ ନିୟମ ଉଲ୍ଲଘଂନ ହୋଇଥିବା ନେଇ ରବିବାର ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଗ୍ରାମର ୪ଜଣଙ୍କୁ ଅଟକ ରଖି ପଚରା ଉଚରା ଚଳାଇଥିଲା। ଏ ନେଇ ସୋମବାର ପଟ୍ଟାମୁଣ୍ଡାଇ ଥାନାରେ କେସ ନଂ . ୨୫୩/୨୦ରେ ମାମଲା ରୁଜୁ ହୋଇଛି।
ପ୍ରକାଶ ଯେ, ପଟ୍ଟାମୁଣ୍ଡାଇ ଥାନା ବଳଭଦ୍ରପୁର ଗ୍ରାମର ଗ୍ରାମଦେବତୀଙ୍କ ମନ୍ଦିରର ନୂତନ ମୂର୍ତ୍ତି ପ୍ରତିଷ୍ଠା କରିବା ପାଇଁ କଳସ ଶୋଭାଯାତ୍ରାରେ ଶତାଧିକ ଲୋକ ସାମିଲ ହୋଇଥିଲେ। ସାମାଜିକ ଦୂରତା ରକ୍ଷା ନ କରି ଲୋକେ ଏକତ୍ରିତ ହୋଇଥିଲେ। ଏହାର ଏକ ଭିଡିଓ ଗଣମାଧ୍ୟମରେ ପ୍ରଚାରିତ ହୋଇଥିଲା। ପରେ କେନ୍ଦ୍ରାପଡା ଏସ୍‌ପି ନୀତି ଶିଖର ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପଟ୍ଟାମୁଣ୍ଡାଇ ପୋଲିସକୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri