କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଛି। ଗାଁଠୁ ସହର ସବୁଆଡେ ଅନ୍ଧାର ହୋଇ ପଡିଛି। ତେବେ ଧାନ ଅମଳ ପାଖେଇ ଆସିଥିବାରୁ ଏଭଳି ଝଡବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି ଜ। ଅନ୍ୟପକ୍ଷେ ତାତିରୁ ଲୋକଙ୍କୁ ଆଶ୍ବସ୍ତି ମିଳିଛି। ମଙ୍ଗଳବାର ମଧ୍ୟ କାଳବୈଶାଖୀକୁ ନେଇ ସତର୍କ ସୂଚନା ଜାରି ରହିଛି। ନୂଆପଡ଼ା, ରାୟଗଡ଼ା, ବାଲେଶ୍ୱର, ପାରଳାଖେମୁଣ୍ଡି ଓ ଅନୁଗୋଳରେ ବର୍ଷା ପବନ ହେବା ନେଇ ପୂର୍ବାନୁମାନ କରାଯାଇଛି।

ସୂଚନାଯାଗ୍ୟ, ସୋମବାର ନୂଆପଡ଼ାରେ ୮.୦ ମି.ମି. ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ,୩.୦ ମିମି, ବାଲେଶ୍ୱରରେ ୨.୬ ମିମି, ପାରଳାଖେମୁଣ୍ଡି ଓ ଅନୁଗୋଳରେ ୨ ମିମି ଏବଂ ଢେଙ୍କାନାଳରେ୧.୪ ମିମି ବର୍ଷା ରେକର୍ଡ କରାଯାଇଛି।

ବିଶେଷ କରି ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ବରଗଡ଼, କୋରାପୁଟ, ରାୟଗଡ଼ା, କଟକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଆଦି ଜିଲାରେ ସୋମବାର ଝଡ଼ବର୍ଷା ହୋଇଥିଲା। ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବିଜୁଳି, ଘଡ଼ଘଡ଼ି ସହ ଝଟ୍‌କା ପବନ ଲୋକଙ୍କୁ ଭୟଭୀତ କରିଥିଲା। ୬୦ରୁ ୭୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷିଥିଲା। କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?