ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି କାର ଉପରେ ପଡ଼ିଥିବା ଦେଖିବାକୁ ମିଳିଛି। ସେହିପରି ସହରର ସତ୍ୟ ସାଇ ସ୍କୁଲ ଛକ ରେ ଥ
ଟ୍ରାଫିକ ସିଗ୍ନାଲ ରେ ଲୋକଙ୍କୁ ଖରା ରୁ ରକ୍ଷା ପାଇଁ କରାଯାଇ ଥିବା ଆଶ୍ରୟସ୍ଥଳ ମଧ୍ୟ ଭାଙ୍ଗି ଯାଇଛି ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ ରେ ଚାଲିଥିବା ଖେଲ୍ ମେଳା ର ମଞ୍ଚ ଓ ବ୍ୟାରିକେଡ଼ ମଧ୍ୟ ଭାଙ୍ଗି ଯାଇଛି ଥିବା ଜଣାପଡିଛି। ଝଡ଼ ବତାସ ଓ ବର୍ଷା ସମୟରେ ଏହି ଘଟଣା ଘଟିଛି। କାଳ ବୈଶାଖୀ ଯୋଗୁଁ ଗଛ ଗୁଡିକ ଭାଙ୍ଗି ଯାଇଥିବାରୁ ସହରରେ ବିଦ୍ୟୁତ ସରବରାହ ମଧ୍ୟ ବନ୍ଦ ରହିଛି। ରାସ୍ତାରେ ଗଛ ଗୁଡିକ ପଡିଥିବାରୁ ଖବର ପାଇ ରାସ୍ତା ସଫା କରିବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଚାଲିଛି। ସେହିପରି ଟିପିଡବ୍ଲୁଓ ଡିଏଲ ବିଭାଗ ପକ୍ଷରୁ ମଧ୍ୟ ବିଦ୍ୟୁତ ସଜାଡା କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ, ଗତ କିଛି ଦିନ ଦେଲା ଭବାନୀପାଟଣା ସହରରେ ୪୩ ଡିଗ୍ରୀ ରୁ ଅଧିକ ତାପମାତ୍ରା ରହୁଥିବାବେଳେ ଏବେ ବର୍ଷା ଯୋଗୁଁ ସ୍ଥାନୀୟ ଲୋକଙ୍କୁ ତାତି,ଗୁଲ ଗୁଳି ରୁ କିଛିଟା ଆଶ୍ବସ୍ଥି ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri