କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି ଆସିଛି। ଏହାର ପ୍ରଭାବରେ ଦୁଇ ସହରର ଆକାଶ ଘନ କଳା ମେଘରେ ଆଚ୍ଛାଦିତ ହୋଇଯାଇଛି।

ଅପରାହ୍ନରୁ ପାଗରେ ହଠାତ୍ ପରିବର୍ତ୍ତନ ଦେଖାଯାଇଥିଲା। ପ୍ରବଳ ପବନ ବହିବା ସହ ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରିବା ସହ ବର୍ଷା ଆରମ୍ଭ ହୋଇଥିଲା। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର, ନୟାପଲ୍ଲୀ, ସହିଦନଗର, ୟୁନିଟ୍-୪, ପଟିଆ ଓ ଖଣ୍ଡଗିରି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ କଟକ ସହରର ବିଭିନ୍ନ ଅଞ୍ଚଳରେ ମଧ୍ୟ କାଳବୈଶାଖୀର ପ୍ରଭାବ ଅନୁଭୂତ ହୋଇଥିଲା।

ବର୍ଷା ଯୋଗୁ ଗରମ ଓ ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତି ପାଇଥିଲେ। ତେବେ କେତେକ ସ୍ଥାନରେ ପ୍ରବଳ ପବନ ଯୋଗୁ ଯାତାୟାତ ପ୍ରଭାବିତ ହୋଇଥିବା ଏବଂ ରାସ୍ତାରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହୋଇଥିବା ଜଣାପଡ଼ିଛି।

ପାଣିପାଗ ବିଭାଗ ପୂର୍ବରୁ ରାଜ୍ୟର କେତେକ ଜିଲାରେ କାଳବୈଶାଖୀଜନିତ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଥିଲା। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା ଏବଂ ଅନାବଶ୍ୟକ ଭାବେ ଘର ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀର ପ୍ରଭାବ ଆଗାମୀ କିଛି ସମୟ ପର୍ଯ୍ୟନ୍ତ ଜାରି ରହିପାରେ ବୋଲି ଆକଳନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri