୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ କଳାବୈଶାଖୀଜନିତ ବର୍ଷା ରେକର୍ଡ କରାଯାଇଛି। ଗୁରୁବାର ମଧ୍ୟ ବିଭିନ୍ନ ଜିଲାରେ କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ତେଣୁ ସମ୍ପୃକ୍ତ ଜିଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଜୁଳି ଘଡଘଡି ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ ।

ଆସନ୍ତା ଏପ୍ରିଲ ୩ ତାରିଖରେ କାଳବେଶାଖୀ ବର୍ଷାକୁ ନେଇ ୯ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲା ହେଉଛି: ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ କୋରାପୁଟ । ସେହିଭଳି ୟେଲୋ ଆଲର୍ଟ ଜାରି କରାଯାଇଥିବା ୫ ଜିଲା ହେଉଛି ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା ଓ ମାଲକାନାଗିରି ।

ସେହିଭଳି ଏପ୍ରିଲ ୪ରୁ ୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଓ ପବନ ସହ କୁଆପଥର ବର୍ଷା ହେବା ନେଇ ୮ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୨ ଜିଲ୍ଲାକୁ ୟେଲୋ ଜୋନରେ ରଖାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲା ହେଉଛି: ମାଲକାନାଗିରି, କୋରାପୁଟ, ରାୟଗଡ, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ବର । ସେହିଭଳି ୟେଲୋ ଜୋନରେ ଥିବା ୧୨ ଜିଲ୍ଲା ହେଉଛି: ଗଞ୍ଜାମ, ଗଜପତି, କନ୍ଧମାଳ, ବେଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂପୁର ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?