୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ କଳାବୈଶାଖୀଜନିତ ବର୍ଷା ରେକର୍ଡ କରାଯାଇଛି। ଗୁରୁବାର ମଧ୍ୟ ବିଭିନ୍ନ ଜିଲାରେ କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ତେଣୁ ସମ୍ପୃକ୍ତ ଜିଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଜୁଳି ଘଡଘଡି ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ ।

ଆସନ୍ତା ଏପ୍ରିଲ ୩ ତାରିଖରେ କାଳବେଶାଖୀ ବର୍ଷାକୁ ନେଇ ୯ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲା ହେଉଛି: ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ କୋରାପୁଟ । ସେହିଭଳି ୟେଲୋ ଆଲର୍ଟ ଜାରି କରାଯାଇଥିବା ୫ ଜିଲା ହେଉଛି ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା ଓ ମାଲକାନାଗିରି ।

ସେହିଭଳି ଏପ୍ରିଲ ୪ରୁ ୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଓ ପବନ ସହ କୁଆପଥର ବର୍ଷା ହେବା ନେଇ ୮ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୨ ଜିଲ୍ଲାକୁ ୟେଲୋ ଜୋନରେ ରଖାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲା ହେଉଛି: ମାଲକାନାଗିରି, କୋରାପୁଟ, ରାୟଗଡ, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ବର । ସେହିଭଳି ୟେଲୋ ଜୋନରେ ଥିବା ୧୨ ଜିଲ୍ଲା ହେଉଛି: ଗଞ୍ଜାମ, ଗଜପତି, କନ୍ଧମାଳ, ବେଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂପୁର ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri