ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା ୨ ଡିଗ୍ରୀରୁ ଅଧିକ ହ୍ରାସ ପାଇଛି। ୪୦ ଡିଗ୍ରୀ ଉପରେ ମାତ୍ର ୭ ସହର ରହିଥିବାବେଳେ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ ଦକ୍ଷିଣ-ପୂର୍ବ ଉତ୍ତର ପ୍ରଦେଶରୁ ଛତିଶଗଡ଼ ଦେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୬ଦିନ ଅର୍ଥାତ୍‌ ମେ’ ୬ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଲାଗି ରହିବ। ଫଳରେ ଆସନ୍ତା ୩ଦିନ ମଧ୍ୟରେ ଦିନ ତାପମାତ୍ରାରେ ଆହୁରି ୨ ରୁ ୩ ଡିଗ୍ରୀ ହ୍ରାସ ପାଇବ। ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଏଥିପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାକୁ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ କୁଆପଥର ବର୍ଷା ହେବା ନେଇ ସତର୍କ କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କେନ୍ଦୁଝର, ନବରଙ୍ଗପୁର, ଅନୁଗୋଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ଦିନବେଳା ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ଗରମ ଓ ଗୁଳୁଗୁଳି ଲାଗି ରହିବ। ଏଥିପାଇଁ ଶୁକ୍ରବାର ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, ଝାରସୁଗୁଡା, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା, ସୋନପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ସତର୍କ ସୂଚନା ଦିଆଯାଇଛି। ସେହିପରି ଶନିବାର ଘଡ଼ଘଡ଼ି ସହିତ ବର୍ଷା ପବନ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଅନୁଗୋଳ, ବୌଦ୍ଧ ଏବଂ କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଥିଲା। ଘଡ଼ଘଡ଼ି, ବିଜୁଳି ସହ ବର୍ଷା ଓ ପବନରେ ଅଞ୍ଚଳ ଭିଜିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?