ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ ତୁହା ପବନ ସାଙ୍ଗକୁ କୁଆପଥର ମାଡ ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେଉଁଠି ଗରିବ ଲୋକଙ୍କ  ଚାଳ ଉଡ଼ିଯାଇଛି ତ କେଉଁଠି ଆଜବେଷ୍ଟସ ଛାତ ଭାଙ୍ଗି ଚୁରମାର ହୋଇଯାଇଛି। ବିଶେଷକରି ସେର୍କାପାଇ, ଢୋଲପାସ ଓ ସାନଛତ୍ରଙ୍ଗ ଅଞ୍ଚଳରେ ପ୍ରକୃତିର ଏହି କୋପ ଅଧିକ ଦେଖିବାକୁ ମିଳିଛି।
ସୂଚନାନୁଯାୟୀ, ଗତ ବୁଧବାର କେରପାଇ  ପଞ୍ଚାୟତ ଅନ୍ତର୍ଗତ ସେର୍କାପାଇ ଗ୍ରାମର ପବିତ୍ର ନାଏକ ଓ ବୁଡୁ ମାଝିଙ୍କ ଘର ଉପରେ କାଳବୈଶାଖୀ କରାଳରୂପ ଦେଖାଇଛି। ପବନର ବେଗ ଏତେ ପ୍ରବଳ ଥିଲା ଯେ, ସେମାନଙ୍କ ଘରର ଆଜବେଷ୍ଟସ ଛାତ ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି।
ସେହିପରି ଗୁରୁବାର ସାରେ ଅଡ୍ରି ପଞ୍ଚାୟତ ଢୋଲପାସ ଗ୍ରାମର ସାଗୁରାମ ନାଏକଙ୍କ ବାସଭବନ ମଧ୍ୟ ପବନ ମାଡ଼ରେ କ୍ଷତିଗ୍ରସ୍ତ ହୋଇଛି। ଛାତ ଉଡ଼ିଯିବା ଫଳରେ ଘରେ ରଖାଯାଇଥିବା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ, ଖାଦ୍ୟଶସ୍ୟ ଓ ଆସବାପତ୍ର ସବୁ ନଷ୍ଟ ହୋଇଯାଇଛି। ଏବେ ଏହି ଗରିବ ପରିବାରମାନେ ଖୋଲା ଆକାଶ ତଳେ ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଖାଲି ବ୍ୟକ୍ତିଗତ ବାସଭବନ ନୁହେଁ, ସରକାରୀ ଶିକ୍ଷାନୁଷ୍ଠାନ ମଧ୍ୟ ଏହି ପ୍ରାକୃତିକ ବିପର୍ଯ୍ୟୟରୁ ବର୍ତ୍ତି ପାରିନାହିଁ। ସାନଛତ୍ରଙ୍ଗ ପ୍ରାଥମିକ ବିଦ୍ୟାଳୟର ଛାତରେ ଲାଗିଥିବା ଟିଣ ପବନରେ ଉଡ଼ିଯାଇ ବହୁ ଦୂରରେ ପଡ଼ିଛି। ଅନ୍ୟପଟେ ବ୍ଲକର ବିଭିନ୍ନ ସ୍ଥାନରେ ଗଛ ପଡ଼ି ବିଦ୍ୟୁତ୍‌ ଖୁଣ୍ଟି ଉପୁଡ଼ି ଯାଇଥିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଚାଷ ଜମିରେ ମଧ୍ୟ ବ୍ୟାପକ ଫସଲ ହାନି ହୋଇଥିବା ଖବର ମିଳୁଛି। ଗୋପାଳପୁର ପଞ୍ଚାୟତରେ କୁଆପଥର ବର୍ଷା ଯୋଗୁ ସାଧାରଣ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ପ୍ରଶାସନ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ବିପନ୍ନ ପରିବାରମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri