କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁଁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଖବର ମିଳିଛି। ବିଶେଷ କରି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଯାଇଥିବା ବେଳେ ଅନେକ ପରିବାର ବାସହରା ହୋଇପଡ଼ିଛନ୍ତି।

ବ୍ଳକର ଆମପାଣି, ବରାଡଙ୍ଗା, ଲଡୁଗାଁ ଓ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତରେ କାଳବୈଶାଖୀ ସବୁଠାରୁ ଅଧିକ ପ୍ରଭାବ ପକାଇଛି। ବିଲରେ ଥିବା ମୁଗ, ବିରି ଓ ସୂର୍ଯ୍ୟମୁଖୀ ଭଳି ଡାଲି ଜାତୀୟ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବାଇଗଣ, ଟମାଟୋ, ପିଆଜ ଓ ଆଳୁ ଚାଷ ସହ ଆମ୍ବ ବଗିଚା ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଆମପାଣିର ଯାଦବ ନାଏକ, ସିଉନୀ ଗ୍ରାମର କୃପାସିନ୍ଧୁ ରାଉତ, ଗଜନନ ରାଉତ ଓ ମାଧବୀ ଦଳପତିଙ୍କ ସମେତ ଶତାଧିକ ଚାଷୀ ସର୍ବସ୍ୱ ହରାଇଛନ୍ତି।

ବର୍ଷା ଓ ପବନର ବେଗ ଏତେ ଥିଲା ଯେ, କନ୍ଦାଗଡ ଗ୍ରାମର ବୈଷ୍ଣବ ମାଝୀ, ଲକ୍ଷ୍ମଣ ବାଗ, ଦୈତାରୀ ମାଝୀ ଓ ନିକୁଞ୍ଜ ମାଝୀଙ୍କ ସମେତ ପ୍ରାୟ ୨୦ରୁ ଅଧିକ ପରିବାରଙ୍କ ଘରର ଛପର ଓ ଆଜବେଷ୍ଟସ ଭାଙ୍ଗି ଚୂରମାର ହୋଇଯାଇଛି। ଫଳରେ ଲୋକେ ଏବେ ଖୋଲା ଆକାଶ ତଳେ ରହିବାକୁ ବାଧ୍ୟ ହେଉଛନ୍ତି।

ଏହି ପ୍ରାକୃତିକ ବିପର୍ଯ୍ୟୟ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି।କୋକସରା ଗୋଷ୍ଠୀ କୃଷି ଅଧିକାରୀ ରାକେଶ କୁମାର ମାଝୀ କହିଛନ୍ତି ଯେ, କୃଷି ଓ ଉଦ୍ୟାନ କୃଷି ବିଭାଗର ମିଳିତ ଟିମ୍ ୭୨ ଘଣ୍ଟା ମଧ୍ୟରେ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବେ। ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା ସମସ୍ତ ରାଜସ୍ୱ ନିରୀକ୍ଷକ (RI) ମାନଙ୍କୁ କ୍ଷେତ୍ର ପରିଦର୍ଶନ କରି ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।ସରକାରୀ ସହାୟତା ମିଳିଲେ କ୍ଷତିଗ୍ରସ୍ତ ଚାଷୀ ଓ ଗରିବ ପରିବାର ଗୁଡ଼ିକ କିଛିଟା ଆଶ୍ୱସ୍ତି ପାଇବେ ବୋଲି ସ୍ଥାନୀୟ ଅଞ୍ଚଳରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri