ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶତାୟୁ ମହିଳା

ପ୍ରୀତିପୁର,୨୯ା୮(ଡି.ଏନ.ଏ.): ସରକାର ଦରିଦ୍ର, ଭିନ୍ନକ୍ଷମ, ନିଆଶ୍ର୍ରୀ ଓ ଅସହାୟଙ୍କୁ ବିଭିନ୍ନ ଯୋଜନା ମାଧ୍ୟମରେ ଥଇଥାନ କରୁଛନ୍ତି। ସେମାନଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ହେଲେ କେତେକ କ୍ଷେତ୍ରରେ ସରକାରୀ ଉଦାସୀନତା ଯୋଗୁ ବହୁ ଯୋଗ୍ୟ ହିତାଧିକାରୀ ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଉଛନ୍ତି, ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ବିଞ୍ଝାରପୁର ବ୍ଲକ ଅଧୀନ ଅଳକୁଣ୍ଡ ପଞ୍ଚାୟତ ଦେବାନପାଟଣା ବନ୍ଧସାହିର ସ୍ବର୍ଗତ ଅନନ୍ତ ଜେନାଙ୍କ ସ୍ତ୍ରୀ ଶତାୟୁ କାଳୀ ଜେନାଙ୍କ କ୍ଷେତ୍ରରେ। ପୁଅ ଦୀର୍ଘଦିନ ଧରି ମା’ଙ୍କଠାରୁ ପୃଥକ ରହୁଥିବାବେଳେ ମା’ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଭିକ୍ଷାବୃତ୍ତିକୁ ଆପଣାଇ ନେଇଛନ୍ତି। ହେଲେ ତାଙ୍କ ନିକଟରେ ଘର ଖଣ୍ଡିଏ ନାହିଁ। ସରକାରଙ୍କ ଆବାସ ଯୋଜନା ତାଙ୍କ ନିକଟରେ ଅପହଞ୍ଚ ହୋଇଛି। ବାର୍ଦ୍ଧକ୍ୟ ଭତ୍ତା ହିଁ ତାଙ୍କର ଏକମାତ୍ର ସମ୍ବଳ। ଚଳିତ ଲଘୁଚାପ ବର୍ଷାରେ ତାଙ୍କ ଝାଟିମାଟି ଘରଟି ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛି। ହେଲେ ଏହାକୁ ମରାମତି କରିବା ପାଇଁ ତାଙ୍କର ସମ୍ବଳ ନାହିଁ। ସେହି ଭଙ୍ଗା ଘର ହିଁ ତାଙ୍କ ପାଇଁ ଆଶ୍ରୟ ପାଲଟିଛି। ତେଣୁ ପ୍ରଶାସନ ତରଫରୁ ତାଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦେବାପାଇଁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?