Posted inଅପରାଧ

୮ ବର୍ଷୀୟା ଝିଅକୁ ହତ୍ୟା କରିଥିବା କଳିଯୁଗର ଅନ୍ଧବିଶ୍ୱାସୀ ମା ଗିରଫ

ଫରିଦାବାଦ୍‌, ୧୩।୮: ହରିୟାଣାର ଫରିଦାବାଦ୍‌ ସହରରେ ନିଜର ୮ ବର୍ଷୀୟା ଝିଅକୁ ହତ୍ୟା କରିଥିବା କଳିଯୁଗର ଅନ୍ଧବିଶ୍ୱାସୀ ମା’କୁ ପୋଲିସ ଗିରଫ କରିଛି। ପୋଲିସ ପକ୍ଷରୁ କୁହାଯାଇଛି, ମହିଳାଜଣଙ୍କ ନିଜର ୮ ବର୍ଷର ଝିଅର ତଣ୍ଟି ଚିପି ହତ୍ୟା କରିବା ପରେ ପଲ୍‌ଓ୍ବଲର ଗଦପୁରୀ ଅଞ୍ଚଳର ଭଗୋଲା ଗ୍ରାମ ନିକଟସ୍ଥ ରାଜପଥ କଡ଼କୁ ଫିଙ୍ଗି ଦେଇଥିଲେ।
ଘଟଣାଟି ମୁଜେସର ଥାନା ଅନ୍ତର୍ଗତ ସଞ୍ଜୟ କଲୋନୀରେ ଘଟିଛି। ଗୁରୁବାର ସ୍ଥାନୀୟ ବାସିନ୍ଦା ରାଜେଶଙ୍କ ୮ ବର୍ଷୀୟା ଝିଅ ରହସ୍ୟମୟ ଭାବେ ନିଖୋଜ ହୋଇଯାଇଥିଲା। ଏହି ଘଟଣାରେ ପୋଲିସ ନିଖୋଜ ଝିଅର ମା, ବାପା ଓ ପରିବାର ସଦସ୍ୟଙ୍କୁ ପଚରାଉଚରା କରିଥିଲା। ଏହି ସମୟରେ ଝିଅର ମା ଉପରେ ପୋଲିସର ସନ୍ଦେହ ସୃଷ୍ଟି ହୋଇଥିଲା। ପରେ ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭି ଯାଞ୍ଚ କରିଥିଲା। ଏହି ସମୟରେ ପୋଲିସ ଦେଖିବାକୁ ପାଇଥିଲା ଝିଅର ମା ତାକୁ କେଉଁ ଆଡ଼େ ନେଇଯାଉଛି। ପୋଲିସ ଝିଅର ମା’କୁ ନେଇ ପଚରାଉଚରା କରିବା ପରେ ଝଡ଼ାଫୁଙ୍କା, ତାନ୍ତ୍ରିକ ଆଦି ଶବ୍ଦ ସାମ୍ନାକୁ ଆସିଥିଲା। ଏହାପରେ ପୋଲିସର ଆଶଙ୍କା ଦୃଢ଼ୀଭୂତ ହେବାରେ ଲାଗିଲା ଏବଂ ଝିଅର ମା’କୁ ଆହୁରି ଜେରା କରାଯାଇଥିଲା। ଶେଷରେ ଝିଅର ମା ସବୁ ସତକଥା କହି ଦେଇଥିଲେ। ଝଡ଼ା ଫୁଙ୍କା ଓ ଅନ୍ଧବିଶ୍ୱାସରେ ବିଶ୍ୱାସ ରଖୁଥିବା ଯୋଗୁ ସେ ନିଜର ଝିଅକୁ ହତ୍ୟା କରିଥିବା ମହିଳାଜଣଙ୍କ ସ୍ବୀକାର କରିଥିଲେ। ମହିଳାଙ୍କ କହିବାନୁଯାୟୀ, ୨୦୦୧ ପରଠାରୁ ଗୋଟିଏ ପ୍ରେତାତ୍ମା ତାଙ୍କ ଶରୀରକୁ ଆସିଥାଏ। ଏହାରି କଥାରେ ସେ ନିଜ ଝିଅକୁ ହତ୍ୟା କରି ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri