ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ କଲେଜରେ ଚିକିତ୍ସାଧୀନ ଥିବା କାଳିଆର ଗତ ଦୁଇଦିନ ହେବ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇଯିବାରୁ ତାକୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା। ତାର ହାତ, ଗୋଡ଼ ସବୁ ଫୁଲି ଯିବା ସହିତ ନିଶ୍ବାସ, ପ୍ରଶ୍ବାସ ଠିକ୍ରେ ହେଉ ନ ଥିଲା। ବୁଧବାର ସନ୍ଧ୍ୟାରେ ଅବସ୍ଥା ସଙ୍କଟାପନ୍ନ ହୋଇଯାଇଥିଲା। ଅବସ୍ଥା ବିଗିଡ଼ିବାରୁ ତାର ଚିକିତ୍ସା ପାଇଁ ସ୍ବତନ୍ତ୍ର ବିଶେଷଜ୍ଞ ଡାକ୍ତରୀଦଳ ଗଠନ କରାଯାଇଥିଲା। କିନ୍ତୁ କୌଣସି ସୁଫଳ ମିଳି ନ ଥିଲା। ରାତି ୯ଟା ୧୦ମିନିଟ୍ରେ ତା’ର ମୃତ୍ୟୁ ହୋଇଥିଲା। କାଳିଆର ସେପ୍ଟିସେମିଆରେ ମୃତ୍ୟୁ ହୋଇଥିବା କଟକ ଏସ୍ସିବିର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।
କାଳିଆର ମୃତ୍ୟୁ ପରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦୀପ୍ତ କୁମାର ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, କାଳିଆ ମୃତ୍ୟୁ ଏକ ଦୁଃଖଦ ଘଟଣା। ସବୁ ପ୍ରକାର ଉଦ୍ୟମ ସତ୍ତ୍ୱେ ତାକୁ ବଞ୍ଚାଇ ରଖି ହେଲା ନାହିଁ। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ମୃତ ଦେହ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ମହାପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, କନ୍ଧମାଳ ଜିଲାର ଫିରିଙ୍ଗିଆ ବ୍ଲକ୍ର ଭୂୟାଁ କହଁର ଓ ପୁଷ୍ପାଞ୍ଜଳିଙ୍କ ଏହି ଯୋଡାମୁଣ୍ଡ ଶିଶୁ ଜଗା-କାଳିଆ। ଦୁହିଁଙ୍କ ମୁଣ୍ଡ ଜନ୍ମରୁ ଯୋଡ଼ି ହୋଇ ରହିଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଉଭୟଙ୍କ ଅସ୍ତ୍ରୋପଚାର ପାଇଁ ୨୦୧୭ ଜୁଲାଇ ୧୩ରେ ଦିଲ୍ଲୀ ଏମ୍ସ ନିଆଯାଇଥିଲା। ଅସ୍ତ୍ରୋପଚାର ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଗଠନ ହୋଇଥିଲା। ଦୁଇଟି ପର୍ଯ୍ୟାୟରେ ଅସ୍ତ୍ରୋପଚାର କରାଯାଇଥିଲା। ପ୍ରଥମଟି ଅଗଷ୍ଟ ୨୮ ଓ ଦ୍ୱିତୀୟଟି ଅକ୍ଟୋବର୨୫ରେ ହୋଇଥିଲା। ଅସ୍ତ୍ରୋପଚାର ପରେ ଜଗାର ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଥିଲା। କିନ୍ତୁ କାଳିଆର ସ୍ବାସ୍ଥ୍ୟ ଠିକ ନ ଥିଲା। ତେବେ ୨୦୧୯ ସେପ୍ଟେମ୍ବର ୭ତାରିଖରେ ଦିଲ୍ଲୀ ଏମ୍ସରୁ ଡିସ୍ଚାର୍ଜ ହୋଇଥିଲେ ଓ ୮ରେ ଓଡ଼ିଶା ପହଞ୍ଚତ୍ଥିଲେ। ଓଡ଼ିଶା ଫେରିବା ପରେ ଘରକୁ ନ ପଠାଯାଇ ଉଭୟଙ୍କୁ ଏସ୍ସିବିରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଆସିବା ଦିନଠାରୁ ଜଗା ପ୍ରାୟତଃ ସୁସ୍ଥ ରହିବା ସହ ୱାର୍ଡରେ ଖେଳାବୁଲା କରୁଥିଲା। କିନ୍ତୁ କାଳିଆ ପ୍ରାୟ ସମୟରେ ଶୋଇ ରହୁଥିଲା। ବାରମ୍ବାର ଜ୍ବର, ବାତ ମାରିଥିଲା। କାଳିଆକୁ ନାଜାଲ ଫିଡିଙ୍ଗ ଦିଆଯାଉଥିଲା। ଫଳରେ ବିଭିନ୍ନ ସମୟରେ କାଳିଆକୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଇଥିଲା। ବୁଧବାର ରାତି ୯ଟା୧୦ରେ କଟକ ବଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ କାଳିଆର ମୃତ୍ୟୁ ଘଟିଥିବା ଏସ୍ସିବି ମେଡିକାଲର ଜରୁରୀକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। କନ୍ଧମାଳର ଯୋଡାମୁଣ୍ଡ ଶିଶୁ କାଳିଆ ନିକଟରେ ସେପ୍ଟିସିମିଆରେ ଆକ୍ରାନ୍ତ ଥିଲେ। ଏହା ଏକ ଦୁଃଖଦ ଘଟଣା। ଆବଶ୍ୟକ ସମସ୍ତ ପ୍ରକ୍ରିୟା ଶେଷ ପରେ ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri