କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ ସମସ୍ତେ ଅପେକ୍ଷା କରି ରହିଥିଲେ ମହାପ୍ରଭୁ କାଳିଆ ସାଆନ୍ତଙ୍କୁ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ।

ତେବେ କାଳିଆ ସାଆନ୍ତ ସେହି ଭକ୍ତମାନଙ୍କୁ ଦର୍ଶନ ଦେବା ଲାଗି ଆଜି ରତ୍ନସିଂହାସନରୁ ଓହ୍ଲାଇ ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି। ଏହା ପରେ ମହାବାହୁ ସିଂହଦ୍ୱାର ସମ୍ମୁଖରେ ଉଭା ହୋଇଥିବା ନନ୍ଦିଘୋଷ ରଥରେ ବିରାଜମାନ କରିବେ।

ପ୍ରଥମେ ପ୍ରଭୁ ଚକ୍ରରାଜ ସୁଦର୍ଶନ, ପରେ ପ୍ରଭୁ ବଳଦେବ ଏବଂ ମା’ ସୁଭଦ୍ରା ପହଣ୍ଡି ବିଜେ ହୋଇ ରଥାରୂଢ଼ ହୋଇସାରିଛନ୍ତି।

ଏହି କ୍ରମରେ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଟଣାହୋଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଥିଲା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହେବା ପରେ ଅପରାହ୍ନ ୧ଟା ୧୦ରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଛି। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ୱାରା ଆବଦ୍ଧ କରାଯାଇଛି। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।
ଅପରପକ୍ଷରେ ତିନି ରଥରେ ଶ୍ରୀବିଗ୍ରହଙ୍କ ରୁନ୍ଧା ଏବଂ ଗଜପତି ଛେରାପହଁରା କରିବା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ବହୁ ସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୨୦ ପ୍ଲାଟୁନ ଫୋର୍ସଙ୍କ ସମେତ ୧୨ ହଜାର ପୋଲିସ ନିୟୋଜିତ ହେବେ। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?