ଝାରସୁଗୁଡ଼ା ଚାଷୀଙ୍କୁ ଦିଆଗଲାନି

ଭୁବନେଶ୍ୱର,୩ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ତେଣୁ ଏହି ଜିଲା ଚାଷୀଙ୍କୁ ବାଦ୍‌ଦେଇ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି। ଚାଷୀମାନେ ଏହି ଟଙ୍କାକୁ ଚାଷକାମରେ ଲଗାଇ କୃଷିରେ ଉନ୍ନତି ଆଣନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କାଳିଆ ଯୋଜନାରେ ଚାଷୀଙ୍କୁ ୭ମ କିସ୍ତି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍ନୋଲୋଜିର ପ୍ରୟୋଗ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଛି । କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଜିଲାରେ ଜିଲାପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri