Posted inରାଜ୍ୟ

ଆଜିଠୁ କାଳିଆ ଛାତ୍ରବୃତ୍ତି ଆବେଦନ, ଜାଣନ୍ତୁ କେବେ ଯାଏ ଚାଲିବ ଆବେଦନ

ଭୁବନେଶ୍ୱର, ୯।୧(ଅସମାପିକା ସାହୁ)- କାଳିଆ ଛାତ୍ରବୃତ୍ତି ପାଇଁ ମଙ୍ଗଳବାର ଠାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ କମନ ସ୍କଲାରସିପ ପୋର୍ଟାଲରେ (http://scholarship.odisha.gov.in) ଅନ୍‌ଲାଇନ୍‌ରେ ୩୧ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଅନ୍‌ଲାଇନ୍‌ରେ କାଳିଆ ଛାତ୍ରବୃତ୍ତି ପାଇଁ ଆବେଦନ ଓ ନବୀକରଣ ନିମନ୍ତେ ବର୍ଷକୁ ଦୁଇଥର ପୋର୍ଟାଲ ଖୋଲାରହିବ। କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପଯୋଗୀ ହେବ ଏବଂ ଏହା ଦ୍ୱାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇ ପରିବର୍ଦ୍ଧିତ କରାଯାଇଛି।

ଏଥିରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମରେ ଉଚ୍ଚଶିକ୍ଷା ନିମନ୍ତେ ରାଜ୍ୟର ସରକାରୀ ଶିକ୍ଷାନୁଷ୍ଠାନ ବ୍ୟତୀତ ଅଲ୍‌ଇଣ୍ଡିଆ ସର୍ଭେ ଅନ୍‌ ହାୟର ଏଜୁକେସନ୍‌ କୋଡ ପ୍ରାପ୍ତ ଘରୋଇ ଶିକ୍ଷାନୁଷ୍ଠାନ ଏବଂ ରାଜ୍ୟ ଓ ରାଜ୍ୟ ବାହାରର ପ୍ରିମିୟର ସରକାରୀ ଶିକ୍ଷାନୁଷ୍ଠାନମାନଙ୍କୁ ସାମିଲ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ସୋମବାର ବିଭାଗ ପକ୍ଷରୁ କୃଷି ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ପ୍ରଦାନ କରି କହିଛନ୍ତି, ଗ୍ରାଜୁଏସନ୍‌ ପାଠ୍ୟକ୍ରମରେ ବିବିଏ ଓ ବିସିଏ ପାଠ୍ୟକ୍ରମ ସାମିଲ କରାଯାଇଛି ଏବଂ ପୋଷ୍ଟ ଗ୍ରାଜୁଏଟ୍‌ ପାଠ୍ୟକ୍ରମରେ ବୃତ୍ତିଗତ କିମ୍ବା ବୈଷୟିକ ପାଠ୍ୟକ୍ରମ ଯଥା- ଏମ୍‌.ଟେକ୍‌, ଏମ୍‌ଏସ୍‌ (ଏଗ୍ରି), ଏମ୍‌ଏସ୍‌ସି (ଫରେଷ୍ଟ୍ରି), ମେଡିକାଲ ସାଇନ୍ସରେ ପିଜି ପାଠ୍ୟକ୍ରମ, ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଫାର୍ମ ପାଠ୍ୟକ୍ରମକୁ ଛାତ୍ରବୃତ୍ତିରେ ଅନ୍ତର୍ଭୁକ୍ତ କରାଯାଇଛି। ପିଏଚ୍‌ଡି ପାଠ୍ୟକ୍ରମକୁ କାଳିଆ ଛାତ୍ରବୃତ୍ତିରେ ସାମିଲ କରାଯାଇଛି ଏବଂ ଏହି କାର୍ଯ୍ୟକ୍ରମ ସମ୍ପୃକ୍ତ ତାଲିକାଭୁକ୍ତ ପିଜି ପାଠ୍ୟକ୍ରମ ଅନ୍ତର୍ଗତ ହୋଇଥିବା ଆବଶ୍ୟକ।

ଏଥିପାଇଁ ସର୍ବାଧିକ ୪ବର୍ଷ ପାଇଁ ବୃତ୍ତି ପ୍ରଦାନ କରାଯିବ ଏବଂ ଏହା କେବଳ ରାଜ୍ୟ ଭିତରର ସରକାରୀ ଶିକ୍ଷାନୁଷ୍ଠାନ କ୍ଷେତ୍ର ପାଇଁ ଲାଗୁ ହେବ। ରାଜ୍ୟ ତଥା ରାଜ୍ୟ ବାହାରର ପ୍ରିମିୟର ସରକାରୀ ଶିକ୍ଷାନୁଷ୍ଠାନ ଯଥା-ଏନ୍‌ଆଇଟି, ଆଇଆଇଟି, ଆଇଆଇଏମ୍‌, ଏମସ୍‌, ଆଇସିଏଆର୍‌, ଆଇଏଆର୍‌ଆର୍‌, ଆଇଭିଆର୍‌ଆଇ, ସିଆଇଏଫ୍‌ଇ, ଏନ୍‌ଡିଆର୍‌ଆଇ, ଆଇଜର, ନାଇଜର ଆଦି ଶିକ୍ଷାନୁଷ୍ଠାନମାନଙ୍କରେ ବୈଷୟିକ କିମ୍ବା ବୃତ୍ତିଗତ ପାଠ୍ୟକ୍ରମକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି କାଳିଆ ହିତାଧିକାରୀ ପିଲାଙ୍କ ଉତ୍ତମ ଶିକ୍ଷା ପାଇବା ସ୍ବପ୍ନ ସାକାର ଦିଗରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ଏବଂ ସେମାନଙ୍କର ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ନିଶ୍ଚିତ ଭାବରେ ରୂପାନ୍ତରଣ ଘଟିବ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ କାଳିଆ ଛାତ୍ରବୃତ୍ତି ୨୦୨୧-୨୨ରୁ କାର୍ଯ୍ୟକାରୀ ହୋଇଆସୁଛି। ଏହି ଯୋଜନାରେ ସରକାରୀ ଶିକ୍ଷାନୁଷ୍ଠାନରେ ବୃତ୍ତିଗତ/ବୈଷୟିକ ଶିକ୍ଷାଲାଭ କରୁଥିବା କାଳିଆ ହିତାଧିକାରୀଙ୍କ ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ୨୦୨୧-୨୨ ଏବଂ ୨୦୨୨-୨୩ରେ ରାଜ୍ୟରେ ୧,୮୩୯ଜଣ ଛାତ୍ରୀଛାତ୍ରଙ୍କୁ ମୋଟ ୩.୮୮କୋଟି ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?