କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ୍‌ ଆବେଦନ ସମୟସୀମା ବଢ଼ିଲା

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଅନ୍‌ଲାଇନ୍‌ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁଆରୀ ୩୧ରୁ ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ କମନ୍‌ ସ୍କଲାରଶିପ୍‌ ପୋର୍ଟାଲରେ ଅନ୍‌ଲାଇନ୍‌ରେ ଆବେଦନ ସମୟସୀମାକୁ ଚଳିତ ଫେବୃଆରୀ ୮କୁ ବୃଦ୍ଧି କରାଯାଇଛି।

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶିକା ଅନୁଯାୟୀ, ଜାନୁଆରୀ ୯ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରୀଛାତ୍ରଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପରାମର୍ଶ କ୍ରମେ ଅନ୍‌ଲାଇନ୍‌ ଆବେଦନ ସମୟସୀମା ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri