କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ୍‌ ଆବେଦନ ସମୟସୀମା ବଢ଼ିଲା

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଅନ୍‌ଲାଇନ୍‌ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁଆରୀ ୩୧ରୁ ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ କମନ୍‌ ସ୍କଲାରଶିପ୍‌ ପୋର୍ଟାଲରେ ଅନ୍‌ଲାଇନ୍‌ରେ ଆବେଦନ ସମୟସୀମାକୁ ଚଳିତ ଫେବୃଆରୀ ୮କୁ ବୃଦ୍ଧି କରାଯାଇଛି।

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶିକା ଅନୁଯାୟୀ, ଜାନୁଆରୀ ୯ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରୀଛାତ୍ରଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପରାମର୍ଶ କ୍ରମେ ଅନ୍‌ଲାଇନ୍‌ ଆବେଦନ ସମୟସୀମା ଫେବୃଆରୀ ୮ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri