ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା

ଭୁବନେଶ୍ୱର,୧୧।୩: ଚାଷୀଙ୍କୁ ସୋମବାର କାଳିଆ କିସ୍ତି ଟଙ୍କା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି । ୯୩୩ କୋଟିରୁ ଅଧିକ ଟଙ୍କା ଡିବିଟି ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ରାଜ୍ୟର ସମସ୍ତ ଜିଲାରେ ଚାଷୀ ଭାଇଭଉଣୀମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଏବଂ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ଅର୍ଥାତ ୨୦୨୬-୨୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ଘୋଷଣା କରିଥିଲେ । ଏଥିପାଇଁ ରାଜ୍ୟ ସରକାର ୬୦୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ ।
ସେ ଆହୁରି ମଧ୍ୟ କହିଥିଲେ, ଶିକ୍ଷା କେବଳ ଗୋଟିଏ ବ୍ୟକ୍ତିକୁ ନୁହେଁ, ପୁରା ପରିବାରକୁ, ସମାଜକୁ ସଶକ୍ତି କରିଥାଏ। ତେଣୁ କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣି ଏନ୍‌ଆଇଟି, ଆଇଆଇଟି, ଆଇଆଇଏମ୍‌, ଏଆଇଆଇଏମ୍‌ଏସ୍‌, ଆଇସିଏଆର୍‌ ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ।
କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା। ଏହି ଯୋଜନା ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡ଼ିଶାର ଚାଷୀ ଭାଇଭଉଣୀମାନଙ୍କ ପାଇଁ ସହାୟକ ହୋଇପାରିଛି। ରାଜ୍ୟରେ ଚାଷୀ ଭାଇମାନଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସମ୍ପ୍ରସାରଣ କରୁଛନ୍ତି ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ, ୨୦୧୯ରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩,୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି। ଚାଷୀଙ୍କୁ ସଶକ୍ତ କରିବା ପାଇଁ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ ସ୍ବାଗତ ଭାଷଣ ଦେଇଥିଲେ। କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri