ଶୋଭା ବଢ଼ାଉଛି ସମୁଦ୍ର ମନ୍ଥନ

ଢେଙ୍କାନାଳ ଅଫିସ, ୧୫।୧୦: ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଅଞ୍ଚଳରେ ଥିବା କାଳିକାନଗର ପୂଜା ପ୍ରତିଷ୍ଠାନ ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳନ କରୁଛି ସୁବର୍ଣ୍ଣ ଜୟନ୍ତୀ ସମାରୋହ। ପୌରାଣିକ କାହାଣୀ ଆଧାରରେ ମୃଣ୍ମୟୀ ପ୍ରତିମା ନିର୍ମାଣ ଏବଂ ନିଆରା ସାଜସଜ୍ଜା କରି ସବୁବେଳେ ଚର୍ଚ୍ଚରେ ରହି ଆସିଥିବା ଏହି ପୂଜା ପ୍ରତିଷ୍ଠାନରେ ଚଳିତବର୍ଷ ‘ସମୁଦ୍ର ମନ୍ଥନ’ ଦୃଶ୍ୟକୁ ଅବତାରଣା କରାଯାଇଛି। ଏଥିରେ ମା’ ଲକ୍ଷ୍ମୀଙ୍କ ଆବିର୍ଭାବ, ଦେବରାଜ ଇନ୍ଦ୍ର, ସଚ୍ଚି କିଭଳି ମା’ଙ୍କୁ ସ୍ବର୍ଗପୁରକୁ ନେବା ପାଇଁ କିପରି ଆବାହନ କରୁଛନ୍ତି, ତାହାକୁ ନିଖୁଣ ଭାବେ ପ୍ରଦର୍ଶିତ କରାଯାଇଛି।
୧୯୭୨ରେ କାଳିକାନଗର ପ୍ରତିଷ୍ଠାନରେ ମା’ଙ୍କ ପୂଜା ଆରମ୍ଭ ହୋଇଥିଲା। ସେତେବେଳେ ଖର୍ଚ୍ଚ ହୋଇଥିଲା ମାତ୍ର ୭୦୦ ଟଙ୍କା। ଏବେ ପୂଜାର କଳେବର ବଦଳିଛି। ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ଚଳିତବର୍ଷ ପୂଜା ପ୍ରତିଷ୍ଠାନ ସୁବର୍ଣ୍ଣ ଜୟନ୍ତୀ ପାଳୁଛି। ଏହି ଉପଲକ୍ଷେ ୧୧ରୁ ୧୭ ତାରିଖ ଯାଏ ଆୟୋଜିତ ହେଉଛି ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ସୁଧୀର କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଗୁରୁବାର ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ୨୦୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ରଙ୍ଗିନ ଆଲୋକମାଳା, ଆଖି ଝଲସାଇବା ଭଳି ସାଜସଜ୍ଜା ଅନ୍ୟତମ ଆକର୍ଷଣ ପାଲଟିଥିବାବେଳେ ମା’ଙ୍କ ସନ୍ଧ୍ୟା ଦର୍ଶନ ପାଇଁ ମଣ୍ଡପରେ ପ୍ରବଳ ଭିଡ଼ ହେଉଛି।

କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ
ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଇଁ କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଛି। ଅଞ୍ଚଳବାସୀଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ଚାଲିଛି ।
-ଭାବଗ୍ରାହୀ ପଣ୍ଡା, ସମ୍ପାଦକ

ଦୁଇବର୍ଷର ଦୁଃଖ ଲାଘବ ହୋଇଛି
ମହାମାରୀ କରୋନା ପାଇଁ ଲକ୍ଷ୍ମୀପୂଜା ଫିକା ପଡ଼ିଥିଲା। ସ୍ଥିତି ବଦଳିବା ପରେ ଆଡମ୍ବରରେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି। ଦୁଇବର୍ଷର ଦୁଃଖ ଲାଘବ ହୋଇଛି।
-ହୃଷୀକେଶ ମହାନ୍ତି, ଆବାହକ


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri