କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ ଶନିବାର ଅନୁଷ୍ଠିତ ନିର୍ବାଚନରେ ସେ ଭି.କେ. ଧଳଙ୍କୁ ୩୬-୨୧ ଭୋଟ୍‌ରେ ହରାଇ ଦେଇଛନ୍ତି। ସରକାରଙ୍କ ଜାତୀୟ କ୍ରୀଡ଼ା ସଂହିତା(ଏନ୍‌ଏସ୍‌ସି) ଅନୁସାରେ ରଣଧୀର ସିଂ ଗତବର୍ଷ ଇସ୍ତଫା ପ୍ରଦାନ ପରେ ଏହି ପଦବୀ ଖାଲି ପଡ଼ିଥିଲା। ସେହିଦିନଠାରୁ କଳିକେଶ ଏନ୍‌ଆରଏଆଇର ଦୈନନ୍ଦିନ ବ୍ୟାପାର ବୁଝାଶୁଝା କରିଆସୁଥିଲେ। ଜାତୀୟ କ୍ରୀଡ଼ା ସଂହିତା ଅନୁସାରେ କୌଣସି ଜାତୀୟ କ୍ରୀଡ଼ା ମହାସଂଘର ମୁଖ୍ୟ ପଦବୀ ଜଣେ ୧୨ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ। ଗତବର୍ଷ କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ଏନେଇ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଥିଲା। ରଣଧୀର ୨୦୧୦ ଡିସେମ୍ବର ୨୯ରୁ ୨୦୨୨ ଡିସେମ୍ବର ପର୍ଯ୍ୟନ୍ତ ସଭାପତି ପଦବୀରେ କାର୍ଯ୍ୟ କରିସାରିଥିଲେ। ତାଙ୍କର ୧୨ ବର୍ଷ ପୂରଣ ହୋଇଯାଇଥିଲା। ଏବିଷୟରେ ମନ୍ତ୍ରଣାଳୟ ୨୦୨୩ରେ ଜଣାଇ ଦେଇଥିଲା। ଗତବର୍ଷ ଏପ୍ରିଲରେ ରଣଧୀର ତାଙ୍କ ପଦବୀରୁ ଓହରିଯିବା ପରେ ସିନିୟର ଉପସଭାପତି କଳିକେଶ ମହାସଂଘର କାମଚଳା ମୁଖ୍ୟ ଭାବେ କାର୍ଯ୍ୟକରି ଆସୁଥିଲେ। କଳିକେଶଙ୍କ ସମୟରେ ଭାରତ ପ୍ୟାରିସ ଅଲିମ୍ପିକ୍ସରେ ୩ ବ୍ରୋଞ୍ଜ ପଦକ ହାସଲ କରିପାରିଛି। ୨୦୧୬ ରିଓ ଅଲିମ୍ପିକ୍ସ ଏବଂ ୨୦୨୦ ଟୋକିଓ ଗେମ୍ସରେ ଭାରତୀୟ ଶୁଟରଭାବେ ପଦକ ଜିତିବାରେ ବିଫଳ ହୋଇଥିଲେ। କିଳିକେଶ ୨୦୨୫ରେ ଏନ୍‌ଆରଏଆଇର ପରବର୍ତ୍ତୀ ସାଧାରଣ ପରିଷଦ ବୈଠକ ପର୍ଯ୍ୟନ୍ତ ସଭାପତି ପଦବୀରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri