କାଳୀମନ୍ଦିର ଚୋରି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ରାୟଗଡ଼ା,୩୧ା୫(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ଏସ୍‌ପିଙ୍କ ବାସଭବନ ନିକଟରେ ଥିବା କାଳୀ ମନ୍ଦିରରୁ ହୋଇଥିବା ଚୋରିର ପର୍ଦ୍ଦାଫାଶ କରିଛି ପୋଲିସ। ଏନେଇ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ। ପୋଲିସ ଘଟଣାର ଏତଲା ପାଇବା ପରେ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରୁ ୩ ଜଣ ଏହି ଚୋରି କାଣ୍ଡ ଭିଆଇଥିବା ଜାଣିପାରିଥିଲା ପୋଲିସ।  ଟ୍ରାକ୍‌ କରି ପୋଲିସ ଉକ୍ତ ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ ଜଣ ହେଲେ ରାୟଗଡ଼ା ବ୍ଲକ ଜେକେପୁରର ବିଟାକା ଶ୍ରୀନୁ, ରାଉରକେଲାର ଆନନ୍ଦ କୁମାର ମୁଦୁଲି ଏବଂ ଆନ୍ଧ୍ରପ୍ରଦେଶ ବିଜୟନଗରମର ପେଣ୍ଟା କ୍ରିଷ୍ଣା। ତେବେ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ବେଳେ ସେମାନଙ୍କଠାରୁ ମାତ୍ର ୨ହଜାର ୭ଶହ ଟଙ୍କା, ଦୁଇଟି ଛୁରି ଏବଂ ଦୁଇଟି ଲୁହା ଛଡ଼ ପୋଲିସ ଜବତ କରିଛି। ତେବେ ଚୋରି ହୋଇଥିବା ଗହଣା ପୋଲିସକୁ ମିଳିନାହିଁ । ବଳକା ଟଙ୍କା ସେମାନେ ଖର୍ଚ୍ଚ କରିଦେଇଥିବା ପୋଲିସକୁ କହିଥିବା ନେଇ ଏସ୍‌ଡିପିଓ ଦାସ ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ଦାସଙ୍କ ସମେତ ରାୟଗଡ଼ା ଟାଉନ ଥାନା ଆଇଆଇସି କେକେବିକେ କହଁର, ଅତିରିକ୍ତ ଥାନା ଅଧିକାରୀ ଅମଳ ସର୍ଦ୍ଦାର, ଏସ୍‌ଆଇ ସନ୍ଧ୍ୟା ତିର୍କୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri