Posted inଖେଳ

ସୁପର କପ୍‌ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର, ୮।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ହେବାକୁଯାଉଛି ଆଉ ଏକ ସମ୍ମାନ୍‌ଜନକ ଫୁଟ୍‌ବଲ ଟୁର୍ନାମେଣ୍ଟ। ଏହା ଓଡ଼ିଶାରେ ହେବାକୁ ଯାଉଥିବାରୁ ଏହି ପ୍ରତିଯୋଗିତାର ନାମ କଳିଙ୍ଗ ସୁପର କପ୍‌ ରଖା ଯାଇଛି। ଏହି ଟୁର୍ନାମେଣ୍ଟ ଚଳିତ ମାସ ୯ରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସମସ୍ତ ମ୍ୟାଚ୍‌ ଭୁବନେଶ୍ୱରର କଳିଙ୍ଗ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିବେ। ଏହା ମଧ୍ୟରେ ଇଣ୍ଡିଆନ ସୁପର ଲିଗ୍‌ର ୧୨ ଓ ଆଇ-ଲିଗ୍‌ର ୪ ଦଳ ସାମିଲ। ଅଂଶଗ୍ରହଣକାରୀ ଦଳଗୁଡ଼ିକୁ ୪ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇ ଟୁର୍ନାମେଣ୍ଟ ଖେଳାଯିବ। ”ଦେଶର ଶ୍ରେଷ୍ଠ ଫୁଟ୍‌ବଲ କ୍ଲବଗୁଡ଼ିକୁ ନେଇ ଆମେ ଆଗାମୀ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛୁ। ଓଡ଼ିଶାରେ ଫୁଟ୍‌ବଲର ଲୋକପ୍ରିୟତା ବଢ଼ିବାରେ ଲାଗିଛି। କ୍ରମାଗତ ଫୁଟ୍‌ବଲ ଇଭେଣ୍ଟଗୁଡ଼ିକ ଆୟୋଜନ ହେବାଦ୍ୱାରା ଆମ ଇକୋ ସିଷ୍ଟମ ଶକ୍ତିଶାଳୀ ହୋଇଛି। ବର୍ତ୍ତମାନ ଆମ ନିକଟରେ ୫ ଫିଫା ଷ୍ଟାଣ୍ଡାର୍ଡର ପିଚ୍‌ ସହ ଶ୍ରେଷ୍ଠ କ୍ରୀଡ଼ା ଭିତ୍ତିଭୂମି ଓ ସୁବିଧା ସୁଯୋଗ ଉପଲବ୍ଧ। ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା ସହଯୋଗରେ ହେବାକୁ ଯାଉଥିବା ଟୁର୍ନାମେଣ୍ଟରେ ଭାଗନେବାକୁ ଥିବା ଦେଶର କ୍ଲବଗୁଡ଼ିକ ଓ ଦର୍ଶକମାନେ ସ୍ମରଣୀୟ ଅନୁଭୂତି ନେଇ ଫେରିବା ଆଶା“ ବୋଲି କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା ପ୍ରକାଶ କରିଛନ୍ତି।
ପୂର୍ବ ସଂସ୍କରଣଗୁଡ଼ିକର ଫର୍ମାଟ୍‌ ପରି ଏଥର ମଧ୍ୟ କଳିଙ୍ଗ ସୁପର କପ୍‌ ଆୟୋଜିତ ହେବ। ପ୍ରତି ଗ୍ରୁପ୍‌ର ଶ୍ରେଷ୍ଠ ଦଳ ସେମିଫାଇନାଲରେ ପ୍ରବେଶ କରିବ। ପ୍ରତିଯୋଗିତାର ଚାମ୍ପିୟନ ଦଳ ୨୦୨୪-୨୫ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌-୨ ପାଇଁ ଯୋଗ୍ୟତା ଅର୍ଜନ କରିବ। ଓଡ଼ିଶା ଏଫ୍‌ସି ଡିଫେଣ୍ଡିଂ ଚାମ୍ପିୟନଭାବେ କଳିଙ୍ଗ ସୁପର କପ୍‌ ଖେଳିବ। କୋଝିକୋଡ଼େରେ ଅନୁଷ୍ଠିତ ୨୦୨୩ ସଂସ୍କରଣର ଫାଇନାଲରେ ଏହି ଦଳ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଥିଲା।
ଫୁଟ୍‌ବଲ ସହ ଓଡ଼ିଶାର ସମ୍ପର୍କ ବହୁ ପୁରୁଣା। ଭାରତର ଅନ୍ୟତମ ସର୍ବପୁରାତନ ଅଲ୍‌-ଇଣ୍ଡିଆ ଫୁଟ୍‌ବଲ ଟୁର୍ନାମେଣ୍ଟ କଳିଙ୍ଗ କପ୍‌ କଟକର ବାରବାଟୀ ଷ୍ଟାଡିୟମରେ ଆୟୋଜନ ହୋଇଆସୁଛି। ଓଡ଼ିଶାର କିମ୍ବଦନ୍ତୀ ରାଷ୍ଟ୍ରନୀତିଜ୍ଞ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୬୨ରେ ଏହାର ଶୁଭାରମ୍ଭ କରିଥିଲେ। ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ଏହା ପ୍ରତିବର୍ଷ ଆୟୋଜନ ହୋଇଆସୁଛି। ଏଥିରେ ଦେଶର ଅଗ୍ରଣୀ ଫୁଟ୍‌ବଲ କ୍ଲବଗୁଡ଼ିକ ଅଂଶଗ୍ରହଣ କରିଥାନ୍ତି। ଏହା ଦେଶର ଏକ ସମ୍ମାନ୍‌ଜନକ ଫୁଟ୍‌ବଲ ଇଭେଣ୍ଟର ମାନ୍ୟତା ପାଇଛି। ଏହି ଟୁର୍ନାମେଣ୍ଟ ଅନେକ ନୂଆ ପ୍ରତିଭା ସୃଷ୍ଟି କରିବାରେ ମଧ୍ୟ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri