ଖୁବଶୀଘ୍ର ଖୋଲିବ କଳିଙ୍ଗା ଘାଟି ରାସ୍ତା: ଚାଲିଛି ପଥର ଫୁଟା

ଭଞ୍ଜନଗର,୨୪।୧୦(ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଜାତୀୟ ରାଜପଥର ଅସ୍ଥାୟୀ କାମ ପ୍ରାୟ ଶେଷ ଅବସ୍ଥାରେ ପହଞ୍ଚିଛି। ଶୁକ୍ରବାର ଉକ୍ତ ରାସ୍ତା ଦୁଇ ଚକିଆ ଏବଂ ଚାରି ଚକିଆ ଯାନ ପାଇଁ ଖୋଲିବାର ଯୋଜନା ଥିଲା। କିନ୍ତୁ ପଥର ଫୁଟା କାମ ସରିନଥିବା ଯୋଗୁ ଆଜି ରାସ୍ତା ଖୋଲି ପାରିନାହିଁ। ବର୍ତ୍ତମାନ ପଥର ଫୁଟା ଚାଲିଛି। ଦିନେ ଦୁଇଦିନ ମଧ୍ୟରେ ତାହା ସରିବା ପରେ ରାସ୍ତା ଖୋଲିବା ସମ୍ଭାବନା ରହିଛି।
ସୂଚନାଯୋଗ୍ୟ ଯେ, ଗତ ମାସ ୧୬ ତାରିଖରେ କଳିଙ୍ଗା ଘାଟିର ଦୁଇଟି ଝରଣା ସ୍ଥାନରେ ବଡ ବଡ ପଥର ଖସିବା ଯୋଗୁ ରାସ୍ତା ଭୁଶୁଡି ପଡ଼ିଥିଲା। ସେହିଦିନଠାରୁ ଉକ୍ତ ରାସ୍ତାରେ ଯାତାୟାତ ବନ୍ଦ ଅଛି। ଲୋକେ ଅନ୍ୟ ରାସ୍ତାରେ ଯାତାୟାତ କରିବା ଦ୍ୱାରା ଦୂର ସହ ଖର୍ଚ୍ଚାନ୍ତ ମଧ୍ୟ ବଢୁଛି। ତେଣୁ ଅଞ୍ଚଳବାସୀ ବିକଳ୍ପ ରାସ୍ତା ନିର୍ମାଣ କରିବା ପାଇଁ ଦାବୀ କରିଥିଲେ। ତାହାର ମଧ୍ୟ ସର୍ଭେ ଚାଲିଛି। ଅନ୍ୟପଟେ ମୁଖ୍ୟ ରାସ୍ତା କାମ ମଧ୍ୟ ଅସ୍ଥାୟୀ ଭାବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେଣୁ ଦୀର୍ଘ ଦେଢ଼ ମାସ ପରେ ଉକ୍ତ ରାସ୍ତା ଖୋଲିବାକୁ ଯାଉଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri