କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ ଗଞ୍ଜାମ ଆସୁଥିବା ଯାନବାହନ ଚକାପାଦ, ବଦାଙ୍ଗି ଓ ଗାଲେରୀ ଦେଇ ଯାତାୟାତ କରୁଛନ୍ତି। ଏହି ବିକଳ୍ପ ରାସ୍ତାରେ ଯାନବାହନ ସଂଖ୍ୟା ବଢ଼ୁଥିବାରୁ ଭାରୀଯାନ ଚଳାଚଳରେ ବିଭିନ୍ନ ସମସ୍ୟା ଦେଖାଦେଉଛି।

ଗତ ଦୁଇବର୍ଷ ଧରି ବର୍ଷା ଋତୁରେ କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ହେଉଥିବାରୁ ଏହି ରାସ୍ତାରେ ଯାତାୟାତ ପ୍ରଭାବିତ ହେଉଛି। ଘାଟି ରାସ୍ତା ବନ୍ଦ ରହିବା ଯୋଗୁ ବିକଳ୍ପ ରାସ୍ତା ଉପରେ ଯାନବାହନର ଚାପ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ରାସ୍ତାରେ ଥିବା ଜବରଦଖଲ ଯାତାୟାତରେ ବାଧା ସୃଷ୍ଟି କରୁଥିବାରୁ ତାହା ହଟାଇବାକୁ ଭଞ୍ଜନଗର ତହସିଲ ପକ୍ଷରୁ ପଦକ୍ଷେପ ନିଆଯାଇଛି।

ଭଞ୍ଜନଗରର ଭାରପ୍ରାପ୍ତ ତହସିଲଦାର ଅବିନାଶ ମହାର ଶୁକ୍ରବାର ଗାଲେରୀରେ ପହଞ୍ଚି ଜବରଦଖଲ ଉଚ୍ଛେଦ ହେବାକୁ ଥିବା ସ୍ଥାନଗୁଡ଼ିକ ଚିହ୍ନଟ କରିଥିଲେ। ଗାଲେରୀ ସମେତ ଉକ୍ତ ରାସ୍ତାର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଜବରଦଖଲ ଉଚ୍ଛେଦ କରାଯିବା ନେଇ ସୂଚନା ମିଳିଛି। ପ୍ରଶାସନର ଏହି କଡ଼ା ପଦକ୍ଷେପ ଦ୍ୱାରା ବିକଳ୍ପ ରାସ୍ତାରେ ଯାନବାହନ ଚଳାଚଳ ସୁଗମ ଓ ସ୍ବାଭାବିକ ହୋଇପାରିବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?