Posted inରାଜ୍ୟ

କଳିଙ୍ଗ ହର୍ବାଲ ମେଳା ଆରମ୍ଭ

ଭୁବନେଶ୍ୱର, ୧୭।୩ (ବ୍ୟୁରୋ): ଓଡ଼ିଶା ରାଜ୍ୟ ଓଷଧୀୟ ଉଦ୍ଭିଦ ପରିଷଦ ପକ୍ଷରୁ ମଙ୍ଗଳବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିିଆରେ ୧୩ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ଆରମ୍ଭ ହୋଇଛି। ଏହି ହର୍ବାଲ ମେଳାକୁ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉଦ୍‌ଘାଟନ କରିଛନ୍ତି। ଏଠାରେ ରାଜଧାନୀବାସୀ ବହୁ ମୂଲ୍ୟବାନ ଜଡ଼ିବୁଟି, ପ୍ରାକୃତିକ ଓଷଧ ଆଦିକୁ ହାତପାହାନ୍ତାରେ ପାଇବାର ସୁଯୋଗ ପାଇବେ ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଆକଳନ ଅନୁଯାୟୀ ସାରା ବିଶ୍ୱର ୮୦ ପ୍ରତିଶତ ଲୋକ ହର୍ବାଲ ଓଷଧ ଉପରେ ଆସ୍ଥା ସ୍ଥାପନ କରନ୍ତି। ଭାରତ ଓ ଚାଇନା ଭଳି ଦ୍ରୁତ ବିକାଶଶୀଳ ଦେଶଗୁଡ଼ିିକରେ ପ୍ରାୟ ତିନି ଚତୁର୍ଥାଂଶ ଲୋକ ଉଦ୍ଭିଦଜାତ ଔଷଧ ଉପଯୋଗ କରିଥାନ୍ତି ବୋଲି ମନ୍ତ୍ରୀ କହିଥିଲେ। ମେଳାରେ ୧୪୦ଟି ଷ୍ଟଲ ଖୋଲାଯାଇଛି। ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ଔଷଧୀୟ ବୃକ୍ଷଲତା ସହ ସଂପୃକ୍ତ ବ୍ୟକ୍ତିବିଶେଷ, ଓଡ଼ିଶାର ବିଭିନ୍ନ ଜିଲାରୁ ଅଭିଜ୍ଞ ବୈଦ୍ୟ ଓ କବିରାଜ, ସ୍ବୟଂ ସହାୟକ ଗୋଷ୍ଠୀ, ବନ ସଂରକ୍ଷଣ ସମିତି ଏବଂ କେତେକ ଓଷଧୀୟ ପ୍ରସ୍ତୁତକାରୀ କମ୍ପାନୀ ଅଂଶଗ୍ରହଣ କରିଛନ୍ତି। ମାଗଣାରେ ସ୍ବାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା, ବୟସ୍କ ନାଗରିକଙ୍କ ଦୁରାରୋଗ୍ୟ ବ୍ୟାଧି, ମଧୁମେହ, ସ୍ତ୍ରୀ ରୋଗ, ହୃଦ୍‌ରୋଗ ଆଦି ଉପରେ ଆଲୋଚନାଚକ୍ର, ଯୋଗ ପ୍ରଶିକ୍ଷଣ ଶିବିର, ବୈଦ୍ୟ କର୍ମଶାଳା, ବନଷ୍ପତି କ୍ରେତା ବିକ୍ରେତାମାନଙ୍କ କର୍ମଶାଳା ଆଦି ଆୟୋଜନ ହେଉଛି। ସେହିପରି ଆୟୁର୍ବେଦ, ପଞ୍ଚକର୍ମ, ଯୋଗ ଓ ପ୍ରାକୃତିକ ଚିକିତ୍ସା, ହୋମିଓପାଥି, ଆକ୍ୟୁପ୍ରେସର ମାଧ୍ୟମରେ ପରାମର୍ଶ ଓ ଚିକିତ୍ସା ବ୍ୟବସ୍ଥା ରହିଛି। ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ଏହି ମେଳା ଚାଲୁ ରହିବ। ଉଦ୍‌ଘାଟନୀ ଉତ୍ସବରେ ବିଜ୍ଞାନ ଓ ପ୍ରଯୁକ୍ତି, ସରକାରୀ ଉଦ୍ୟୋଗ, ସାମାଜିକ ନିରାପତ୍ତା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri