କଳିଙ୍ଗ ହସ୍ପିଟାଲର ନୂତନ ବ୍ଲକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ (କେଏଚ୍‌ଏଲ୍‌)ର ୨୭ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେଏଚ୍‌ଏଲ୍‌ର ନୂତନ ବ୍ଲକ୍‌ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେଏଚ୍‌ଏଲ୍‌ର ଚେୟାରମ୍ୟାନ (ଅଧ୍ୟକ୍ଷ) ଡା. ଶିତକଣ୍ଠ ଦାଶ, ଏମ୍‌ଡି ନିଲଞ୍ଜନା ମୁଖେର୍ଜୀ, ଏମ୍‌ଏସ୍‌ ଡା. ପି.କେ. ମିଶ୍ର ଏବଂ ଡା. ରାଜେଶ ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏ ନେଇ ନିଲଞ୍ଜନା କହିଛନ୍ତି, ଆମର ସମ୍ମାନିତ ଚେୟାରମ୍ୟାନ୍‌ଙ୍କ ଅମୂଲ୍ୟ ଅବଦାନକୁ ଆମେ ସମ୍ମାନ ଜଣାଇ ଏ୩-ବ୍ଲକ୍‌ର ନାମ ଡା.ଏସ୍‌.କେ. ଦାସ ବ୍ଲକ୍‌ ରଖିଛୁ। ଏହି ସ୍ମାରକୀ ଘଟଣା ଆମ ଯାତ୍ରାର ଏକ ପ୍ରମୁଖ ମୁହୂର୍ତ୍ତକୁ ଚିହ୍ନିତ କରୁଛି,ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାକୁ ଏହା ପ୍ରମାଣିତ କରିଛି।

ଉଲ୍ଲେଖଯୋଗ୍ୟ, କଳିଙ୍ଗ ହସ୍ପିଟାଲର ନୂତନ ବ୍ଲକ୍‌ (ଡକ୍ଟର ଏସ୍‌.କେ.ଦାସ ବ୍ଲକ୍‌) ନାମରେ ନାମିତ ହୋଇଛି, ଯାହାକି କେଏଚ୍‌ଏଲ୍‌ର ଚେୟାରମ୍ୟାନ ଡା. ଶିତକଣ୍ଠ ଦାସଙ୍କ ଦ୍ୱାରା ଆର୍ଥିକ ଅନୁଦାନ ପ୍ରାପ୍ତ ବୋଲି କେଏଚ୍‌ଏଲ୍‌ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ସେହିଭଳି ଉକ୍ତ ବ୍ଲକ୍‌ରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହ ୫୦ଶଯ୍ୟା ଓ ଅତିରିକ୍ତ ୪ଟି ଓଟି ମଧ୍ୟ ବୃଦ୍ଧି ପାଇଛି, ଯେଉଁଥିରେ ଉନ୍ନତ ଅର୍ଥୋ ସାଇନ୍ସ, ନ୍ୟୁରୋ ସାଇନ୍ସ, ରେନେଲ ସାଇନ୍ସ ଏବଂ ଗ୍ୟାଷ୍ଟ୍ରୋ ସାଇନ୍ସ ଅସ୍ତ୍ରୋପଚାର ଭଳି ସୁବିଧା ରହିବ।

ଅତ୍ୟାଧୁନିକ ଜ୍ଞାନକୌଶଳ ଏବଂ ଉନ୍ନତ ଉପକରଣ ସହ କେନ୍ଦ୍ରୀୟ ସେବା ବିଭାଗ ସିଏସ୍‌ଏସ୍‌ଡି ଯାହା କିଡ୍‌ନୀ ପ୍ରତିରୋପଣ ୟୁନିଟ୍‌ର ସମ୍ପ୍ରସାରଣର ଅତିରିକ୍ତ ସୁବିଧା ଯେଉଁଠାରେ ସଂକ୍ରମଣ ନିୟନ୍ତ୍ରଣ ଆମର ପ୍ରମୁଖ ଲକ୍ଷ୍ୟ ରହିଛି। ନୂତନ ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ନୂତନ ଆଇସୋଲେସନ କ୍ରିଟିକାଲ କେୟାର ୟୁନିଟ୍‌, କେନ୍ଦ୍ରୀୟ ନର୍ସିଂ ବ୍ୟବସ୍ଥା ରୋଗୀଙ୍କ ଯୋଗାଯୋଗ ଓ ପ୍ରତିକ୍ରିୟା ପାଇଁ ସମୟରେ ଉନ୍ନତି ଆଣିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?