Posted inଖେଳ

ହକି ପ୍ରୋ-ଲିଗ୍‌ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର, ୨୦।୧୦ (କ୍ରୀଡ଼ା ପ୍ରତିନିଧି): ପାଖାପାଖି ୨ ବର୍ଷ ବ୍ୟବଧାନରେ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସ ଦ୍ୱାର ସାଧାରଣ ଦର୍ଶକଙ୍କ ପାଇଁ ଖୋଲିବାକୁ ଯାଉଛି। ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ର ଭୁବନେଶ୍ୱର ଭେନ୍ୟୁ ପାଇଁ ଅନ୍‌ଲାଇନ୍‌ ଟିକେଟ ବିକ୍ରି ଇତିମଧ୍ୟରେ ଆରମ୍ଭ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୨୮ ତାରିଖରୁ ହକି ପ୍ରୋ-ଲିଗ୍‌ ମ୍ୟାଚ ଆରମ୍ଭ ହେବ। ଭାରତ, ନ୍ୟୁଜିଲାଣ୍ଡ ଓ ସ୍ପେନ୍‌କୁ ନେଇ ମ୍ୟାଚଗୁଡ଼ିକ ନଭେମ୍ବର ୬ ପର୍ଯ୍ୟନ୍ତ ଚାଲିବ। ୨୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ।

୩୦ ତାରିଖରେ ଭାରତ ଏହାର ଦ୍ୱିତୀୟ ମ୍ୟାଚରେ ସ୍ପେନ୍‌କୁ ଭେଟିବ। ପ୍ରତି ଦଳ ପ୍ରତିପକ୍ଷକୁ ୨ଟି ଲେଖାଏ ମ୍ୟାଚରେ ଭେଟିବାର ଥିବାରୁ କଳିଙ୍ଗରେ ମୋଟ ୬ଟି ମ୍ୟାଚ ଅନୁଷ୍ଠିତ ହେବ। ସେହି କ୍ରମରେ ଭାରତ ଏହାର ୨ଟି ମ୍ୟାଚ ନଭେମ୍ବର ୪ରେ ନ୍ୟୁଜିଲାଣ୍ଡ ଏବଂ ୬ରେ ସ୍ପେନ୍‌ ସହିତ ଖେଳିବ। ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଟିକେଟ ticketgenie.in/tickets/fih-hockey-pro-league ଓ୍ବେବସାଇଟ୍‌ରେ ଉପଲବ୍ଧ। ଭାରତ ଖେଳିବାକୁଥିବା ମ୍ୟାଚ ପାଇଁ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟର ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ଇଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଟଙ୍କା ଥିବାବେଳେ ଓ୍ବେଷ୍ଟ ଷ୍ଟାଣ୍ଡ ପାଇଁ ୫୦୦ ଟଙ୍କା ରଖାଯାଇଛି। ଭାରତ ଖେଳୁ ନ ଥିବା ମ୍ୟାଚଗୁଡ଼ିକ ପାଇଁ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦ ଟଙ୍କା, ଇଷ୍ଟ ଷ୍ଟାଣ୍ଡ ୧୦୦ ଟଙ୍କା ଓ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।

ଦର୍ଶକଙ୍କୁ ସ୍ବାଗତ: ଦିଲୀପ

”ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ପାଇଁ ଆମେ ଦର୍ଶକଙ୍କୁ କଳିଙ୍ଗ ଷ୍ଟାଡିୟମକୁ ସ୍ବାଗତ କରୁଛୁ। କୋଭିଡ-୧୯ କଟକଣା ଉଠି ଯାଇଥିବାରୁ ପୂରା ସଂଖ୍ୟାରେ ଦର୍ଶକ ଆସି ମ୍ୟାଚ ଉପଭୋଗ କରିବେ ବୋଲି ଆମେ ଆଶା କରୁଛୁ। ଆଗକୁ ହକି ବିଶ୍ୱକପ ଅସୁଥିବାରୁ ଏଠାରେ ସ୍ପେନ୍‌ ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ମ୍ୟାଚ ଖେଳିବା ବହୁତ ଭଲ କଥା। ଏହା ଏକ ପୂର୍ବ ପ୍ରସ୍ତୁତି ସ୍ବରୂପ ହେବ। ଭ୍ରମଣକାରୀ ଦଳ ଗୁଡ଼ିକୁ ସ୍ବାଗତ କରିବାକୁ ଆମେ ପ୍ରସ୍ତୁତ“ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri