ଟିଏସ୍‌ଏମ୍‌ଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା (କମ୍ପାନୀ) ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)ର ଗୋପାଳପୁର ଓ ଆଠଗଡ଼ଠାରେ ଅବସ୍ଥିତ ଫେରୋ ଆଲଏଜ କାରଖାନାକୁ ନିକଟରେ ‘କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୁଣବତ୍ତା ଓ ପରିବେଶ ପରିଚାଳନା ସେବା ଅନୁଷ୍ଠାନ (ଆଇକ୍ୟୁଇଏମ୍‌ଏସ୍‌) ପକ୍ଷରୁ ଟିଏସ୍‌ଏମ୍‌ଏଲ୍‌କୁ ଯଥାକ୍ରମେ ଗୋଲ୍ଡ ଓ ପ୍ଲାଟିନମ୍‌ ବର୍ଗରେ ସମ୍ମାନିତ କରାଯାଇଛି।

ଏହି ପରିପ୍ରେକ୍ଷୀରେ ଟିଏସ୍‌ଏମ୍‌ଏଲ୍‌ର ବରିଷ୍ଠ ପ୍ରବନ୍ଧକ ବି.ଡି.ମହାନ୍ତି ଆଇକ୍ୟୁଇଏମ୍‌ଏସ୍‌ ଦ୍ୱାରା ଭୁବନେଶ୍ୱରଠାରେ ଆୟୋଜିତ ୧୩ତମ ଜାତୀୟ ସୁରକ୍ଷା ସମ୍ମିଳନୀରେ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏ ସମ୍ପର୍କରେ ଟିଏସ୍‌ଏମ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଆମେ ସୁରକ୍ଷିତ ଟ୍ରକ୍‌ ଚଳାଚଳ ପାଇଁ ଇ-ଲଜିଷ୍ଟିକ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ସହ ସୁରକ୍ଷା କାର୍ଡ ଦ୍ୱାରା କର୍ମଚାରୀମାନଙ୍କୁ ଯୋଡ଼ିରଖିବା ଭଳି ବିଭିନ୍ନ ଡିଜିଟାଲ ପଦକ୍ଷେପ ଉପରେ କାର୍ଯ୍ୟ କରୁଛୁ। ଏହାଦ୍ୱାରା କାର୍ଯ୍ୟସ୍ଥଳୀରେ ‘ଶୂନ୍ୟ କ୍ଷତି’ର ଲକ୍ଷ୍ୟ ହାସଲ ପାଇଁ ସୁରକ୍ଷା ପ୍ରକ୍ରିୟା ଓ ଠିକାଦାର ସୁରକ୍ଷା ପରିଚାଳନାରେ ଉନ୍ନତି ଅଣାଯାଇପାରିଛି। ସେହିଭଳି ଟିଏସ୍‌ଏମ୍‌ଏଲ୍‌ର ବିଭିନ୍ନ ୟୁନିଟ୍‌କୁ ବୃତ୍ତିଗତ ସୁରକ୍ଷା, ସ୍ବାସ୍ଥ୍ୟ ଓ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବାଦନ ପାଇଁ ସ୍ବୀକୃତି ମଧ୍ୟ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri