ଟିଏସ୍‌ଏମ୍‌ଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା (କମ୍ପାନୀ) ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)ର ଗୋପାଳପୁର ଓ ଆଠଗଡ଼ଠାରେ ଅବସ୍ଥିତ ଫେରୋ ଆଲଏଜ କାରଖାନାକୁ ନିକଟରେ ‘କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୁଣବତ୍ତା ଓ ପରିବେଶ ପରିଚାଳନା ସେବା ଅନୁଷ୍ଠାନ (ଆଇକ୍ୟୁଇଏମ୍‌ଏସ୍‌) ପକ୍ଷରୁ ଟିଏସ୍‌ଏମ୍‌ଏଲ୍‌କୁ ଯଥାକ୍ରମେ ଗୋଲ୍ଡ ଓ ପ୍ଲାଟିନମ୍‌ ବର୍ଗରେ ସମ୍ମାନିତ କରାଯାଇଛି।

ଏହି ପରିପ୍ରେକ୍ଷୀରେ ଟିଏସ୍‌ଏମ୍‌ଏଲ୍‌ର ବରିଷ୍ଠ ପ୍ରବନ୍ଧକ ବି.ଡି.ମହାନ୍ତି ଆଇକ୍ୟୁଇଏମ୍‌ଏସ୍‌ ଦ୍ୱାରା ଭୁବନେଶ୍ୱରଠାରେ ଆୟୋଜିତ ୧୩ତମ ଜାତୀୟ ସୁରକ୍ଷା ସମ୍ମିଳନୀରେ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏ ସମ୍ପର୍କରେ ଟିଏସ୍‌ଏମ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଆମେ ସୁରକ୍ଷିତ ଟ୍ରକ୍‌ ଚଳାଚଳ ପାଇଁ ଇ-ଲଜିଷ୍ଟିକ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ସହ ସୁରକ୍ଷା କାର୍ଡ ଦ୍ୱାରା କର୍ମଚାରୀମାନଙ୍କୁ ଯୋଡ଼ିରଖିବା ଭଳି ବିଭିନ୍ନ ଡିଜିଟାଲ ପଦକ୍ଷେପ ଉପରେ କାର୍ଯ୍ୟ କରୁଛୁ। ଏହାଦ୍ୱାରା କାର୍ଯ୍ୟସ୍ଥଳୀରେ ‘ଶୂନ୍ୟ କ୍ଷତି’ର ଲକ୍ଷ୍ୟ ହାସଲ ପାଇଁ ସୁରକ୍ଷା ପ୍ରକ୍ରିୟା ଓ ଠିକାଦାର ସୁରକ୍ଷା ପରିଚାଳନାରେ ଉନ୍ନତି ଅଣାଯାଇପାରିଛି। ସେହିଭଳି ଟିଏସ୍‌ଏମ୍‌ଏଲ୍‌ର ବିଭିନ୍ନ ୟୁନିଟ୍‌କୁ ବୃତ୍ତିଗତ ସୁରକ୍ଷା, ସ୍ବାସ୍ଥ୍ୟ ଓ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବାଦନ ପାଇଁ ସ୍ବୀକୃତି ମଧ୍ୟ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri