Posted inଖେଳ

ଓଡ଼ିଶାକୁ ଆସିଲା ଆଉ ଏକ ବଡ଼ ଟୁର୍ଣ୍ଣାମେଣ୍ଟ, ଜାନୁୟାରୀ ୯ରୁ କଳିଙ୍ଗ ସୁପର୍‌ କପ୍‌

ନୂଆଦିଲ୍ଲୀ,୨୮ା୧୧: ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍‌ଏଫ୍‌) ପକ୍ଷରୁ ସୁପର କପ୍‌ର ନାମ ପରିବର୍ତ୍ତନ କରାଯାଇଛି। ଓଡ଼ିଶାର ଦୁଇଟି ଭେନ୍ୟୁରେ ଆସନ୍ତା ଜାନୁୟାରୀ ୯ ତାରିଖରେ ଏହି ଟୁର୍ନାମେଣ୍ଟ ଖେଳାଯିବାକୁ ଥିବା ବେଳେ ଏହାର ନାମ କଳିଙ୍ଗ ସୁପର କପ୍‌ ରଖାଯାଇଛି। ଉଭୟ ଆଇଏସ୍‌ଏଲ ଓ ଆଇ ଲିଗ୍‌ର ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ। ଏହାର ଫାଇନାଲ ଜାନୁୟାରୀ ୨୮ ତାରିଖରେ ଅନୁଷ୍ଠିତ ହେବ। ୪ଟି ଲେଖାଏ ଦଳକୁ ନେଇ ଗ୍ରୁପ ପର୍ଯ୍ୟାୟ ଖେଳାଯିବ। ସେହିପରି ୪ ଗ୍ରୁପ୍‌ର ପ୍ରଥମ ସ୍ଥାନରେ ରହିଥିବା ଦଳ ସେମି ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବେ।

ଆଇଏସଏଲ୍‌ର ଦଳ ଗୁଡିକ ଯୋଗ୍ୟତା ପର୍ଯ୍ୟାୟ ଜରିଆରେ ଏହି ଟୁର୍ନାମେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିବେ। ୪ଟି ଆଇ ଲିଗ୍‌ ଦଳ ଖେଳିବାକୁ ଯୋଗ୍ୟତା ହାସଲ କରିବେ। ଅନ୍ୟ ପକ୍ଷରେ ପ୍ରତି ଗ୍ରୁପ୍‌ରେ ୩ଟି ଲେଖାଏ ଆଇଏସଏଲ୍‌ ଦଳ ସ୍ଥାନ ପାଇବେ। ଫାଇନାଲରେ ବିଜେତା ଦଳ ଏଏଫ୍‌ସି କପ୍‌ ଖେଳିବା ପାଇଁ ଯୋଗ୍ୟତା ଅର୍ଜନ କରିବ। ଏହା ସହ ଏସିଆନ୍‌ ଚାମ୍ପିୟନ୍ସ ଲିଗ୍‌ର ଦ୍ୱିତୀୟ ଚରଣରେ ମଧ୍ୟ ଏହି ଦଳ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିବ।

ପ୍ରତ୍ୟେକ ବର୍ଷ ଅନୁଷ୍ଠିତ ହେଉଥିବା ସୁପର କପ୍‌କୁ ଚଳିତ ବର୍ଷ କଳିଙ୍ଗ ସୁପର କପ୍‌ ଭାବରେ ନାମିତ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଏଆଇଏଫଏଫ୍‌ ସଭାପତି କଲ୍ୟାଣ ଚୌବେ କହିଛନ୍ତି। ଏହା ସହିତ ପୂର୍ବାପେକ୍ଷା ଏହି ଟୁର୍ନାମେଣ୍ଟର କାୟାକଳ୍ପକୁ ମଧ୍ୟ ବୃଦ୍ଧି କରାଯିବ ବୋଲି ସେ ସୂଚନା ଦେଇଛନ୍ତି। କଳିଙ୍ଗ ସୁପର୍‌ କପ୍‌ ଆଗାମୀ ଦିନରେ ଦର୍ଶକୀୟ ଆଦୃତି ଲାଭ କରିବା ସହ ସଫଳ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri