ଟାଟା ଷ୍ଟିଲ୍‌ ମାଇନିଂକୁ କଳିଙ୍ଗ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୧।୪: ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପବ୍ଲିକ୍‌ ଏଣ୍ଟରପ୍ରାଇଜ୍‌ ହାଇଦ୍ରାବାଦର ଏକ ପ୍ରମୁଖ ସହଯୋଗୀ ସଂସ୍ଥା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କ୍ୱାଲିଟି ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟ ମ୍ୟାନେଜ୍‌ମେଣ୍ଟ ସର୍ଭିସେସ୍‌ (ଆଇକ୍ୟୁଇଏମ୍‌ଏସ୍‌) ଓ ଓଡ଼ିଶା ରାଜ୍ୟ ଉତ୍ପାଦିକତା ପରିଷଦର ମିଳିତ ସହଯୋଗରେ ଶୁକ୍ରବାର ଏକ ଦିନିକିଆ କର୍ମଶାଳା ‘ସାମାଜିକ ଦାୟିତ୍ୱବୋଧ ପ୍ରୟାସ-୨୦୨୩’ର ଆୟୋଜନ କରାଯାଇଥିଲା। ବିଶେଷକରି କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଅଭିଯାନ-୨୦୨୩ର ଉକ୍ତ ଆଲୋଚନାଚକ୍ର ଅବସରରେ ଟାଟା ଷ୍ଟିଲ୍‌ ମାଇନିଂକୁ ସମ୍ମାନଜନକ ‘କଳିଙ୍ଗ ସିଏସ୍‌ଆର୍‌ ପୁରସ୍କାର-୨୦୨୨’ ପ୍ରଦାନ କରାଯାଇଛି। ଏପରିକି ଟାଟା ଷ୍ଟିଲ୍‌ ମାଇନିଂର ଉଲ୍ଲେଖନୀୟ ସିଏସ୍‌ଆର୍‌ ପଦକ୍ଷେପ ଓ ସିଏସ୍‌ଆର୍‌ କ୍ଷେତ୍ରରେ ଉତ୍କର୍ଷ ହାସଲ କରିବା ପାଇଁ ଗ୍ରହଣ କରାଯାଇଥିବା ଶ୍ରେଷ୍ଠ ପ୍ରଥାକୁ ବିଚାରକୁ ନେଇ କମ୍ପାନୀକୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏ ସର୍ମ୍ପକରେ ଟାଟା ଷ୍ଟିଲ୍‌ ମାଇନିଂର ପରିଚାଳନା ନିର୍ଦେଶକ ପଙ୍କଜ ସତିଜା କହିଛନ୍ତି, ବିଭିନ୍ନ ସିଏସ୍‌ଆର୍‌ ପଦକ୍ଷେପ ପାଇଁ ସମ୍ମାନଜନକ କଳିଙ୍ଗ ସିଏସ୍‌ଆର୍‌ ପୁରସ୍କାର ହାସଲ କରିବା ଆମ ପାଇଁ ନିଶ୍ଚିତ ଭାବେ ଏକ ଖୁସିର ବିଷୟ। ଆମ କାର୍ଯ୍ୟକ୍ଷେତ୍ର ପାରିପାର୍ଶ୍ୱିକ ସମାଜର ଗୁଣାତ୍ମକ ଜୀବନରେ ଉନ୍ନତି ଆଣିବା ପାଇଁ ଆମ ଅଦମ୍ୟ ପ୍ରତିବଦ୍ଧତା ହଁି ଆମକୁ ଏ ଦିଗରେ ଆଗକୁ ବଢି଼ବାକୁ ଶକ୍ତି ଯୋଗାଉଛି। ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କଠାରୁ ଟାଟା ଷ୍ଟିଲ୍‌ ମାଇନିଂର ବରିଷ୍ଠ ମହାପ୍ରବନ୍ଧକ ସୁଶାନ୍ତ କୁମାର ମିଶ୍ର ଉକ୍ତ ପୁରସ୍କାର ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri