କାଲକାଠ ବାବା ଫୁଟବଲ୍‌ ଟୁର୍ନାମେଣ୍ଟ: ସରତଳା ଟିମ୍‌ ଚାମ୍ପିୟନ

ଦେବଗଡ,୧୯ା୧ (ଡ଼ି.ଏନ୍‌.ଏ.) -ଦେବଗଡ଼ ଜିଲା ବାରକୋଟ ବ୍ଲକ କାଲକାଠ ବାବା କ୍ଲବ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଏହି ଫୁଟବଲ ମ୍ୟାଚରେ ୮ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ସୋମବାର ଉଦ୍‌ଯାପନୀ ଦିବସରେ ଫାଇନାଲ ମ୍ୟାଚ୍‌ ଦେବଗଡ଼ ସରତଳା ଓ କାଲକାଠ ଟିମ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିବାବେଳେ ସରତଳା ଟିମ୍‌ ୨-୦ ଗୋଲରେ କାଲକାଠ ଟିମ୍‌କୁ ପରାସ୍ତ କରି ଚାମ୍ପିୟନ୍‌ ହୋଇଥିଲା ା ଏହି ଅବସରରେ ମୁଖ୍ୟ ଅତିଥିଭାବେ ଭାଜପା ପୂର୍ବତନ ଜିଲା ସଭାପତି ଅରୁଣ କୁମାର ସାହୁ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ବିଜୟୀ ଦଳକୁ ପୁରଷ୍କାର ପ୍ରଦାନ କରିଥିଲେ ା ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରତିନିଧି ଯୋଗେଶ ପ୍ରଧାନ, ବସାଲଇ ଗ୍ରାମ ସରପଞ୍ଚ ଦିଲୀପ ପଟ୍ଟନାୟକ, ସମିତି ସଭ୍ୟ ଭୁବନେଶ୍ୱର କୁମାର ପ୍ରଧାନ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ରେଫରୀ ପ୍ରଦୀପ ସାହୁ ଓ ପୁରୁଷୋତ୍ତମ ସାହୁ ଖେଳ ପରିଚାଳନା କରିଥିଲେ। ଡ଼ମ୍ବରୁଧର ଠାକୁର ଧାରାବିବରଣୀ ପ୍ରଦାନ କରିଥିଲେ। କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri