ରିଲିଜ୍‌ ହେଲା ବହୁ ପ୍ରତିକ୍ଷିତ ”କଳ୍‌କୀ ୨୮୯୮ ଏଡି”; ଜବରଦସ୍ତ ଭିଏଫଏକ୍ସ ସାଙ୍ଗକୁ ଦେଖିବାକୁ ମିଳିଲା ବିଗ୍‌ ବି’ ଅମିତାଭଙ୍କ ଧମାଲ୍‌

ମୁମ୍ବାଇ,୨୭।୬: ବଡ଼ ପରଦାକୁ ଆସିଛି ବହୁ ପ୍ରତିକ୍ଷିତ ସିନେମା ”କଳ୍‌କୀ ୨୮୯୮ ଏଡି”। ପ୍ରଥମ ଶୋ’ରୁ ହିଁ ସିନେମାକୁ ଭଲ ପ୍ରତିକ୍ରିୟା ମିଳିଛି। ଗୁରୁବାର ଭୋରୁ ଭୋରୁ ବହୁ ସହରରେ ପ୍ରଥମ ଶୋ’ ଆରମ୍ଭ ହୋଇଯାଇଥିଲା ବେଳେ ଦିନ ଗଡ଼ିବା ସହିତ ସିନେମାର ପ୍ରଶଂସା ବଢ଼ିବାରେ ଲାଗିଛି।

ସିନେମାରେ ପ୍ରମୁଖ ଭୂମିକାରେ ପ୍ରଭାସ, ଅମିତାଭ ବଚ୍ଚନ, ଦୀପିକା ପାଦୁକନ ଆଦି ଅଭିନୟ କରିଛନ୍ତି। ପୂର୍ବପରି ପ୍ରଭାସ ତାଙ୍କ ଚିରାଚରିତ ରିବେଲ ଷ୍ଟାର ଭୂମିକାରେ ନଜର ଆସିଥିଲା ବେଳେ ବିଗ୍‌ ବି’ ଅମିତାଭ ତାଙ୍କର ବଳିଷ୍ଠ ଅଭିନୟ ବଳରେ ସିନେମାରେ ଜୀବନ୍ତ କରିଛନ୍ତି। ସେହିପରି ସିନେମାର ମୁଖ୍ୟ ଅଭିନେତ୍ରୀ ଦୀପିକା ମଧ୍ୟ ତାଙ୍କର ଅଭିନୟର ଯାଦୁ ଦେଖାଇଛନ୍ତି।

କଳ୍‌କୀ ୨୮୯୮ ଏଡି ମହାଭାରତ ଯୁଦ୍ଧର ପରବର୍ତ୍ତୀ ମୁହୂର୍ତ୍ତରୁ ଆରମ୍ଭ ହୋଇଛି। ଯେତେବେଳେ ଭଗବାନ କୃଷ୍ଣ ଅଶ୍ୱଥମାଙ୍କୁ ଅମର ହେବାକୁ ଅଭିଶାପ ଦେଇଥିଲେ। ଯାହାକୁ ଭିତ୍ତି କରି ସିନେମାର କାଳ୍ପନିକ ଗତିପଥକୁ ଆଗକୁ ବଢିଛି। ସିନେମାର କାହାଣୀ ଅପେକ୍ଷା ଏତିରେ ଦେଖାଯାଇଥିବା ଭିଜୁଆଲ ଗ୍ରାଫିକ୍ସ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଛି। ଯାହାକୁ ସିନେମାର ବ୍ୟାକଗ୍ରାଉଣ୍ଡ ସଂଗୀତ ଆଉ ଟିକିଏ ଜୀବନ୍ତ କରିଛି।

ସିନେମାରେ ଅନ୍ୟମାନଙ୍କ ମଧ୍ୟରେ ଦିଶା ପାଟାନି, କମଲ ହାସନ, ଶୋଭନା ଏବଂ ବିଜୟ ଦେବରକୋଣ୍ଡା, ମୃଣାଳ ଠାକୁର, ଦିଲକର ସଲମାନ, ଏସଏସ ରଜାମୋୖଲି, ରାମ ଗୋପାଳ ବର୍ମା ଆଦିଙ୍କୁ ଅତିଥି କଳାକାର ଭୂମିକାରେ ଦେଖବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?