ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ

ଭୁବନେଶ୍ୱର,୨୮।୧୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ‘କଳିଙ୍ଗ ସୁରକ୍ଷା ଉକତ୍ର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ୧୫ତମ ଜାତୀୟ ସୁରକ୍ଷା କନ୍‌କ୍ଲେଭ-୨୦୨୪ ଅବସରରେ କମ୍ପାନୀକୁ ଏହି ପୁରସ୍କାର ରୌପ୍ୟ ବର୍ଗରେ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କ୍ୱାଲିଟି ମ୍ୟାନେଜମେଣ୍ଟ ଆଣ୍ଡ୍‌ ଏନ୍‌ଭରମେଣ୍ଟ ସର୍ଭିସେସ୍‌(ଆଇକ୍ୟୁଇଏମ୍‌ଏସ୍‌) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିପିସିଓଡିଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ସମ୍ମାନ ଦିଆଯାଇଛି। ଏପରିକି କର୍ମକ୍ଷେତ୍ରରେ ସୁରକ୍ଷା ଓ ନବସୃଜନ ପ୍ରତି ଉଲ୍ଲେଖନୀୟ ଅବଦାନକୁ ପାଳନ କରୁଛି। ଏହି ପୁରସ୍କାର ସମାରୋହରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଟିପିସିଓଡିଏଲ୍‌ ଟିମ୍‌କୁ ପୁରସ୍କାର ପ୍ରଦାନ କରିଥିଲେ। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଏହି ମାନ୍ୟତା ଏକ ସୁରକ୍ଷିତ ଓ ସୁସ୍ଥ କର୍ମକ୍ଷେତ୍ର ପ୍ରତି ଆମର ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏପରିକି ଡିଜିଟାଲ ଉପକରଣର ଉପଯୋଗ ଏବଂ ଶୂନ ଆଘାତ ସଂସ୍କୃତିକୁ ପ୍ରୋତ୍ସାହିତ କରିବା ସହ ଆମକୁ ପରିଚାଳନାଗତ ଉକତ୍ର୍ଷ ହାସଲ କରିବାରେ କମ୍ପାନୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏହି ସମ୍ମାନକୁ ଆମେ ଆମର କର୍ମଚାରୀ ଏବଂ ଅଂଶୀଦାରମାନଙ୍କୁ ଉତ୍ସର୍ଗ କରୁଛୁ,ଯେଉଁମାନଙ୍କ ନିରାପତ୍ତା ପ୍ରତି ନିରନ୍ତର ସମର୍ପଣ ଆମକୁ ପ୍ରତିଦିନ ପ୍ରେରଣା ଯୋଗାଉଛି। ସେହିଭଳି ଜାତୀୟ ସୁରକ୍ଷା କନ୍‌କ୍ଲେଭ-୨୦୨୪ରେ କର୍ମକ୍ଷେତ୍ରର ନିରାପତ୍ତା ବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିରେ ମୁଖ୍ୟ ଆକର୍ଷଣ ଥିଲା ‘ଶୂନ ଆହତ ଲକ୍ଷ୍ୟ: ସ୍ବାସ୍ଥ୍ୟ, ନିରାପତ୍ତା ଏବଂ ପରିବେଶ (ଏଚ୍‌ଏସ୍‌ଇ) ପରିଚାଳନାରେ ଡିଜିଟାଲ ପ୍ରଯୁକ୍ତି ଗ୍ରହଣ’ ଶୀର୍ଷକ ଅଧିବେଶନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri