Posted inଜାତୀୟ

ରାହୁଲଙ୍କ କାର୍ଯାଳୟ ଭଙ୍ଗାରୁଜା ଘଟଣାର ହେବ ଉଚ୍ଚସ୍ତରୀୟ ଯାଞ୍ଚ: କଲପେଟ୍ଟା ସବ୍‌-ଇନ୍‌ସପେକ୍ଟର ନିଲମ୍ବିତ

ଓ୍ବାୟନାଡ,୨୫।୬: କେରଳର ୱାୟନାଡରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ କାର୍ଯ୍ୟାଳୟକୁ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ସଦସ୍ୟମାନେ ଭଙ୍ଗାରୁଜା କରିଥିଲେ। ଶୁକ୍ରବାର ଶତାଧିକ ସଦସ୍ୟ ଏକ ଶୋଭାଯାତ୍ରାରେ ଆସି ରାହୁଲଙ୍କ କାର୍ଯ୍ୟାଳୟରେ ଧସେଇ ପଶିବା ସହ ସେଠାରେ ଥିବା ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ଭଙ୍ଗାରୁଜା କରିଥିଲେ। ଏଥିରେ ରାହୁଲଙ୍କ କାର୍ଯ୍ୟାଳୟର କେତେଜଣ କର୍ମଚାରୀ ଆହତ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଭାରତୀୟ ଯୁବ କଂଗ୍ରେସ ଏସ୍‌ଏଫ୍‌ଆଇ କର୍ମକର୍ତ୍ତାଙ୍କ ବିରୋଧରେ ଅଭିଯୋଗ ଆଣିଛି। ଅନ୍ୟପଟେ ଏହି ଘଟଣାକୁ ନେଇ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଦୃଢ଼ଭାବେ ନିନ୍ଦା କରିଛନ୍ତି। ଏଥିସହ ଅପରାଧୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। କେବଳ ସେତିକି ନୁହେଁ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ରାଜ୍ୟସରକାର ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଏହି ମାମଲାରେ ଏଡିଜିପି ପୋଲିସ ମୁଖ୍ୟାଳୟକୁ ଏକ ସପ୍ତାହ ମଧ୍ୟରେ ତଦନ୍ତ ଶେଷ କରିବା ପରେ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଅନ୍ୟପଟେ ଯାଞ୍ଚ ଶେଷ ହେବା ପର୍ଯ୍ୟନ୍ତ କଲପେଟ୍ଟାର ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri