ଶିକାର କରିବାକୁ ଯାଇ ଫାଶରେ ପଡ଼ିଲା କଲରାପତରିଆ

ବୁଗୁଡ଼ା,୨୮ା୧: ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ମାଣିତରା ସେକ୍ସନ ବଡ଼ପଥର କୁଣ୍ଡାଖାଇ ମୁଣ୍ଡିଆରେ ଗୁରୁବାର ସକାଳେ ଫାଶରେ ପଡିଥିବା ଏକ ବାର୍‌ହାକୁ ଖାଇବାକୁ ଆସି ଫସି ଯାଇଥିଲା କଲରାପତରିଆ ବାଘ। ବନ କର୍ମଚାରୀ ସ୍ଥାନୀୟ ଯୁବକଙ୍କ ସହଯୋଗରେ ବାଘକୁ ଉଦ୍ଧାର କରାଯାଇଛି। ହେଲେ ବାଘକୁ ଜଙ୍ଗଲରେ ଛାଡିବାକୁ ନେବା ବେଳେ ଜଣେ ଯୁବକଙ୍କୁ କାମୁଡି ଦେବାରୁ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, କୌଣସି ଶିକାରୀ ବାର୍‌ହା ଶିକାର ପାଇଁ ବଡ଼ପଥର ପାହାଡ଼ରେ ବୁଧବାର ରାତିରେ ଫାଶ ବିଛାଇଥିଲେ। ସେଥିରୁ ଗୋଟିଏ ଫାଶରେ ଏକ ବାର୍‌ହା ପଡିଥିଲା। ଏକ କଲରାପତରିଆ ବାଘ ଖାଇବାକୁ ଆସିବା ବେଳେ ଅନ୍ୟ ଏକ ଫାଶରେ ପଡିଯାଇଥିଲା। ଫାଶରେ ପଡି ବାଘଟି ଗର୍ଜନ କରିବାରୁ ସ୍ଥାନୀୟ ଲୋକେ ଶୁଣି ବନବିଭାଗକୁ ଜଣାଇଥିଲେ। ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରାଙ୍କ ନେତୃତ୍ୱରେ ବନ କର୍ମଚାରୀମାନେ ପହଞ୍ଚତ୍ ସ୍ଥାନୀୟ ଯୁବକଙ୍କ ସହଯୋଗରେ ଜାଲ ବିଛାଇ ବାଘଟିକୁ କାବୁ କରିଥିଲେ। ବାଘ ଦେଖିବାକୁ ଆଖପାଖ ଗାଁର ଶତାଧିକ ଲୋକ ରୁଣ୍ଡ ହୋଇଥିଲେ। କାବୁ କରି ବାଘକୁ ନେବା ବେଳେ ଦିଲୀପ ଦାଶ ନାମକ ଜଣେ ଯୁବକଙ୍କ ଡାହାଣ ଜଙ୍ଘକୁ କାମୁଡି ଦେଇଥିଲା। ତାଙ୍କୁ ବୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ଭଞ୍ଜନଗର ମୋବାଇଲ ଟିମ୍‌ ଏବଂ ଡିଏଫ୍‌ଓ ସୂର୍ଯ୍ୟ ନାରାୟଣ ବେହୁରା, ଏସିଏଫ୍‌ ଶଙ୍କର୍ଷଣ ବେହେରା ଓ ପ୍ରଭାକର ନାୟକ ପହଞ୍ଚତ୍ ଉଦ୍ଧାର ବାଘକୁ ବୁଗୁଡ଼ା ବନାଞ୍ଚଳ କିରିଆମ୍ବା ସଂରକ୍ଷିତ ଜଙ୍ଗଲରେ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଛଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri