Posted inଜାତୀୟ

ଭାରତରେ ବଢ଼ୁଛି କଲରାପତରିଆ ବଂଶ

ନୂଆଦିଲ୍ଲୀ, ୧ା୩ (ପି.ଟି)ଭାରତରେ କଲରାପତରିଆ ବାଘଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ସବିଶେଷ ରିପୋର୍ଟ ଅନୁଯାୟୀ ୨୦୨୨ ସୁଦ୍ଧା ଭାରତରେ କଲରାପତରିଆ ବାଘଙ୍କ ସଂଖ୍ୟା ବଢ଼ି ୧୩,୮୭୪ରେ ପହଞ୍ଚିଛି। ଏହି ସଂଖ୍ୟା ୨୦୧୮ରେ ୧୨,୮୫୨ ରହିଥିବାରୁ ୪ ବର୍ଷ ମଧ୍ୟରେ ଦେଶରେ ୧,୦୨୨ କଲରାପତରିଆ ବାଘଙ୍କର ବୃଦ୍ଧି ଘଟିଛି। ଦେଶରେ କଲରାପତରିଆ ବାଘଙ୍କ ସ୍ଥିତି ନେଇ ଗୁରୁବାର କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ଏକ ରିପୋର୍ଟ ଉନ୍ମଚୋନ କରିଛନ୍ତି। ମଧ୍ୟପ୍ରଦେଶରେ କଲରାପତରିଆ ବାଘଙ୍କ ସଂଖ୍ୟା ସର୍ବାଧିକ ରହିଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ରେ ମଧ୍ୟପ୍ରଦେଶରେ ୩,୪୨୧ଟି କଲରାପତରିଆ ବାଘ ଥିବାବେଳେ ଏହି ସଂଖ୍ୟା ୨୦୨୨ରେ ବଢ଼ି ୩,୯୦୭ରେ ପହଞ୍ଚିଛି। ଏହି ତାଲିକାରେ ମହାରାଷ୍ଟ୍ର ଦ୍ୱିତୀୟ ସ୍ଥାନରେ ଥିବା ବେଳେ କର୍ନାଟକ ଏବଂ ତାମିଲନାଡ଼ୁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛନ୍ତି। ତାଜା ରିପୋର୍ଟ ଅନୁସାରେ ମହାରାଷ୍ଟ୍ରରେ ୧,୯୯୫ଟି କଲରାପତରିଆ ବାଘ ଥିବାବେଳେ କର୍ନାଟକ ଓ ତାମିଲନାଡ଼ୁରେ ଏହି ସଂଖ୍ୟା ଯଥାକ୍ରମେ ୧,୮୭୯ ଓ ୧,୦୭୦ ରହିଛି। ତେବେ ଶିବାଳିକ ପର୍ବତମାଳା ଓ ଗାଙ୍ଗେୟ ସମତଳ ଭୂମିରେ କଲରାପତରିଆ ବାଘଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ୨୦୧୮ରେ ଏହି ଅଞ୍ଚଳରେ ୧୨୫୩ଟି କଲରାପତରିଆ ବାଘ ଥିବା ବେଳେ ଏବେ ଏହି ସଂଖ୍ୟା କମି ୧୧୦୯ରେ ପହଞ୍ଚିଛି। ଆନ୍ଧ୍ର ପ୍ରଦେଶର ନାଗାର୍ଜୁନ ସାଗର-ଶ୍ରୀଶୈଳମ ବ୍ୟାଘ୍ର ଅଭୟାରଣ୍ୟ, ମଧ୍ୟପ୍ରଦେଶର ପନ୍ନା ଓ ସାତପୁରା ବ୍ୟାଘ୍ର ଅଭୟାରଣ୍ୟରେ ସର୍ବାଧିକ କଲରାପତରିଆ ବାଘ ରହିଥିବା ଏହି ରିପୋର୍ଟ ପ୍ରକାଶ କରିଛି। କଲରାପତରିଆ ବାଘମାନଙ୍କର ପଞ୍ଚମ ଥର ପାଇଁ କରାଯାଇଥିବା ଏହି ଗଣନା ଦେଶର ୧୮ଟି ରାଜ୍ୟରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?