Posted inUncategorized

ଟ୍ରାକିଂ କ୍ୟାମେରାରେ କଏଦ ହେଲା କଲରାପତରିଆ

ନୂଆପଡ଼ା ଅଫିସ,୩୧।୩:ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଜଲମଡେଇ ଗାଁର ସାନମତି ବାରିକ (୬୮)ଙ୍କୁ ଗତ ୧୯ ତାରିଖ ରାତିରେ ମହାବଳ ବାଘ ଖାଇ ଦେବା ପରେ ଗଁାରେ ଆତଙ୍କ ଖେଳିଯାଇଛି। ବାଘର ଗତିବିଧିକୁ ନଜର ରଖିବା ପାଇଁ ବନ ବିଭାଗ ପକ୍ଷରୁ ୧୫ଟି ଟ୍ରାକିଂ କ୍ୟାମେରା ଲଗାଯାଇଥିଲା। ଗୁରୁବାର ଭୋର ପ୍ରାୟ ୫ଟା ବେଳେ ବାଘ ଟ୍ରାପ କ୍ୟାମେରାରେ କଏଦ ହୋଇଥିବା ନେଇ ସୁନାବେଡ଼ା ରେଞ୍ଜର ଶିବ ପ୍ରସାଦ ଖମାରୀ ସୂଚନା ଦେଇଛନ୍ତି। ଏହା କଲରାପତରିଆ ବାଘ ବୋଲି ସ୍ପଷ୍ଟ ଜଣାପଡ଼ିଛି। କ୍ୟାମେରାରେ ଫଟୋ କଏଦ ହେବା ପରେ ବନ ବିଭାଗ ପକ୍ଷରୁ ବାଘର ଗତିବିଧି ଉପରେ ତିକ୍ଷ୍ମ ନଜର ରଖାଯାଇଛି। ବିଭାଗୀୟ କର୍ମଚାରୀମାନେ ସେଠାରେ ଦିନରାତି ପାଟ୍ରୋଲିଂ କରୁଛନ୍ତି।
ସୂଚନାଯୋଗ୍ୟ, ଗତ ୧୯ ତାରିଖରୁ ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ଜଲମଡେଇ ଗାଁରେ ଜଣେ ବୃଦ୍ଧାଙ୍କ ସମେତ ୪ଟି ଗୃହପାଳିତ ପ୍ରାଣୀ ବାଘ ଶିକାର କରି ସାରିଲାଣି। ଛତିଶଗଡ ସୀମାନ୍ତକୁ ଲାଗି ୬ ଶହ ବର୍ଗ କି.ମି. ପରିବ୍ୟାପ୍ତ ସୁନାବେଡା ଅଭୟାରଣ୍ୟ ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। ସଙ୍କୁଚିତ ବାସସ୍ଥଳି ଓ ଖାଦ୍ୟାଭାବ ଯୋଗୁ କଲରାପତରିଆ ବାଘ ଗାଁ ମୁହାଁ ହୋଇ ଶିକାର କରୁଛିି। ବାଘ ଆତଙ୍କରେ ଜୀବନ ଜୀବିକା ପ୍ରଭାବିତ ହେବା ସହ ଲୋକେ ବାହାରକୁ ବାହାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?