Posted inUncategorized

ଟ୍ରାକିଂ କ୍ୟାମେରାରେ କଏଦ ହେଲା କଲରାପତରିଆ

ନୂଆପଡ଼ା ଅଫିସ,୩୧।୩:ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଜଲମଡେଇ ଗାଁର ସାନମତି ବାରିକ (୬୮)ଙ୍କୁ ଗତ ୧୯ ତାରିଖ ରାତିରେ ମହାବଳ ବାଘ ଖାଇ ଦେବା ପରେ ଗଁାରେ ଆତଙ୍କ ଖେଳିଯାଇଛି। ବାଘର ଗତିବିଧିକୁ ନଜର ରଖିବା ପାଇଁ ବନ ବିଭାଗ ପକ୍ଷରୁ ୧୫ଟି ଟ୍ରାକିଂ କ୍ୟାମେରା ଲଗାଯାଇଥିଲା। ଗୁରୁବାର ଭୋର ପ୍ରାୟ ୫ଟା ବେଳେ ବାଘ ଟ୍ରାପ କ୍ୟାମେରାରେ କଏଦ ହୋଇଥିବା ନେଇ ସୁନାବେଡ଼ା ରେଞ୍ଜର ଶିବ ପ୍ରସାଦ ଖମାରୀ ସୂଚନା ଦେଇଛନ୍ତି। ଏହା କଲରାପତରିଆ ବାଘ ବୋଲି ସ୍ପଷ୍ଟ ଜଣାପଡ଼ିଛି। କ୍ୟାମେରାରେ ଫଟୋ କଏଦ ହେବା ପରେ ବନ ବିଭାଗ ପକ୍ଷରୁ ବାଘର ଗତିବିଧି ଉପରେ ତିକ୍ଷ୍ମ ନଜର ରଖାଯାଇଛି। ବିଭାଗୀୟ କର୍ମଚାରୀମାନେ ସେଠାରେ ଦିନରାତି ପାଟ୍ରୋଲିଂ କରୁଛନ୍ତି।
ସୂଚନାଯୋଗ୍ୟ, ଗତ ୧୯ ତାରିଖରୁ ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ଜଲମଡେଇ ଗାଁରେ ଜଣେ ବୃଦ୍ଧାଙ୍କ ସମେତ ୪ଟି ଗୃହପାଳିତ ପ୍ରାଣୀ ବାଘ ଶିକାର କରି ସାରିଲାଣି। ଛତିଶଗଡ ସୀମାନ୍ତକୁ ଲାଗି ୬ ଶହ ବର୍ଗ କି.ମି. ପରିବ୍ୟାପ୍ତ ସୁନାବେଡା ଅଭୟାରଣ୍ୟ ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। ସଙ୍କୁଚିତ ବାସସ୍ଥଳି ଓ ଖାଦ୍ୟାଭାବ ଯୋଗୁ କଲରାପତରିଆ ବାଘ ଗାଁ ମୁହାଁ ହୋଇ ଶିକାର କରୁଛିି। ବାଘ ଆତଙ୍କରେ ଜୀବନ ଜୀବିକା ପ୍ରଭାବିତ ହେବା ସହ ଲୋକେ ବାହାରକୁ ବାହାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ...

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri