କଲ୍ୟାଣ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୨୯।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତ ଗହଣା ବ୍ରାଣ୍ଡ ‘କଲ୍ୟାଣ ଜୁଏଲର୍ସ’ର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ ସୋମବାର ଭୁବନେଶ୍ୱରର ସୌଭାଗ୍ୟ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣ ଜୁଏଲର୍ସର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରମେଶ କଲ୍ୟାଣ ରମଣ କହିଛନ୍ତି, ଆମେ ଆମର ନୂତନ ଶୋ’ରୁମ୍‌କୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏକ ରିଟେଲ ଜୁଏଲେରି ଚେନ୍‌ କମ୍ପାନି ଭାବେ ଆମେ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟରେ ପହଞ୍ଚତ୍ଛୁ ଏବଂ ଗ୍ରାହକଙ୍କ ଶପିଂ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ବ୍ୟାପକ ପରିବେଶ ନିର୍ମାଣ ଦିଗରେ ଯଥେଷ୍ଟ ଅଗ୍ରଗତି କରିଛୁ। ଦୀର୍ଘବର୍ଷ ଧରି ଆମେ ଏହି ଅଞ୍ଚଳରେ ଆମର ଉପସ୍ଥିତିକୁ ବିସ୍ତାର କରିଛୁ ଏବଂ ଆମର ବିଶ୍ୱାସ ଯେ ଭୁବନେଶ୍ୱରର ଏହି ନୂତନ ଶୋ’ରୁମ୍‌ ଆମର ବଜାର ସ୍ଥିତିକୁ ଆହୁରି ସୁଦୃଢ଼ କରିବ ଏବଂ ଆମ ମୂଲ୍ୟବାନ୍‌ ଗ୍ରାହକମାନଙ୍କୁ ଅଧିକ ସୁବିଧା ଏବଂ ସେବା ଉପଲବ୍ଧ କରାଇବ।
ସେହିଭଳି ଉଦ୍‌ଘାଟନୀ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର୍‌ର ଶୁଭାରମ୍ଭ କରାଯାଇଛି। ଚଳିତବର୍ଷର ଦୀପାବଳି ବୋନାଞ୍ଜା ଅଫର ଅଧୀନରେ ଗ୍ରାହକମାନେ ସାଦା ସୁନା ଅଳଙ୍କାର ପାଇଁ ଗଢ଼ାମଜୁରି ଉପରେ ୪୫% ପର୍ଯ୍ୟନ୍ତ ରିହାତି ପାଇପାରିବେ। ଏପରିକି ପ୍ରିମିୟମ ଉତ୍ପାଦ ପାଇଁ ମେକିଂ ଚାର୍ଜ ଉପରେ ୩୦% ରିହାତି ଲାଗୁ ହେଉଥିବାବେଳେ ଟେମ୍ପଲ ଓ ଆଣ୍ଟିକ୍‌ ଗହଣା ପାଇଁ ଗଢ଼ାମଜୁରି ଉପରେ ୩୫% ରିହାତି ଦିଆଯାଉଛି। ଶପିଂ ଅଭିଜ୍ଞତାକୁ ଆହୁରି ବଢ଼ାଇବା ପାଇଁ କଲ୍ୟାଣ ଜୁଏଲର୍ସ ୩୦ ଗ୍ରାମ୍‌ରୁ କମ୍‌ ଓଜନର ସମସ୍ତ ଗହଣା ସାମଗ୍ରୀର ଶୁଳ୍କ ଉପରେ ୨୫% ରିହାତି ଯୋଗାଇଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri