ରାଉରକେଲାରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୧୮।୪: କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ମଙ୍ଗଳବାର ଷ୍ଟିଲ୍‌ ସିଟି ରାଉଲକେଲାଠାରେ ଖୋଲିବାକୁ ଯାଉଛି। ବିଶେଷ କରି ରାଉରକେଲା ସହରରେ ବ୍ରାଣ୍ଡ୍‌ର ଏହା ପ୍ରଥମ ଷ୍ଟୋର ହୋଇଥିବା ବେଳେ ଓଡ଼ିଶା ବଜାରରେ ୩ୟ ଶୋ’ରୁମ୍‌ ବୋଲି କଲ୍ୟାଣ ଜୁଏଲର୍ସ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କଲ୍ୟାଣ ଜୁଏଲର୍ସର ରାଉରକେଲା ଷ୍ଟୋରକୁ ବଲିଉଡ୍‌ ଅଭିନେତା ରଣବୀର କପୁର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ ରାଉରକେଲା ପାନପୋଷ ରୋଡ୍‌ର ନେକ୍ସା ବିଲ୍ଡିଂ ପରିସରରେ କଲ୍ୟାଣ ଜୁଏଲର୍ସର ନୂତନ ଷ୍ଟୋର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହେବାକୁ ଯାଉଛି। ଏଠାରେ ଗ୍ରାହକ କଲ୍ୟାଣ ଜୁଏଲର୍ସର ଲୋକପ୍ରିୟ ବ୍ରାଣ୍ଡ୍‌ ଲିଲା-ହୀରା ଓ ସେମି-ପ୍ରିସିଅସ୍‌ ଷ୍ଟୋନ୍‌ ଗହଣା, ତେଜସ୍ବୀ- ପୋଲକି ଗହଣା, ମୁନ୍ଧ୍ରା-ହାତତିଆରି ଆଣ୍ଟିକ୍‌ ଗହଣା, ନିମାହ-ମନ୍ଦିର ଗହଣା, ଗ୍ଲୋ-ଡ୍ୟାନ୍‌ସିଂ ହୀରା, ଜିଆ-ସୋଲିଟାୟାର୍‌ ଭଳି ହୀରା ଗହଣା, ଅନୋଖି-ଅନକଟ ହୀରା, ଅପୂର୍ବା-ସ୍ବତନ୍ତ୍ର ଅବସର ପାଇଁ ହୀରା,ମହୁରତ-ବିବାହ ଗହଣା, ରଙ୍ଗ-ପ୍ରିସିଅସ୍‌ ଷ୍ଟୋନ୍‌ ଗହଣା ଆଦି ଉପଲବ୍ଧ। ଏପରିକି ଉଦ୍‌ଘାଟନୀ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଗ୍ରାହକମାନଙ୍କୁ ସର୍ବନିମ୍ନ ୧ ଲକ୍ଷ ଟଙ୍କାର ସପିଂ ଉପରେ ୦% ଗଢ଼ା ମୂଲ୍ୟର ପ୍ରସାର କରାଯିବ। ଏହି ଅଫର୍‌ ସୀମିତ ସମୟ ପାଇଁ ଉପଲବ୍ଧ ରହିବ।
ଏ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରମେଶ କଲ୍ୟାଣରମଣ କହିଛନ୍ତି, ଓଡ଼ିଶା ବଜାରରେ ଆମେ ୮ ବର୍ଷ ପୂରଣ କରିଥିବା ବେଳେ ବର୍ତ୍ତମାନ ଆମେ ରାଜ୍ୟର ପ୍ରମୁଖ ସହର ରାଉରକେଲାଠାରେ ମଧ୍ୟ ଏକ ନୂତନ ଷ୍ଟୋର ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରି ବେଶ୍‌ ଆନନ୍ଦିତ। ବିଶେଷକରି କଲ୍ୟାଣ ଜୁଏଲର୍ସ ପାଇଁ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ବଜାର ହୋଇଥିବା ବେଳେ ଉକ୍ତ ଅଞ୍ଚଳରେ ଆମର ନୂତନ ନିବେଶ ବ୍ରାଣ୍ଡ୍‌ର ଉପସ୍ଥିତିକୁ ଆହୁରି ବଢ଼ାଇବା ପାଇଁ ରହିଥିବା ଆମ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଏପରିକି ଆମର ବିଶ୍ୱାସ ରହିଛି ରାଉରକେଲା ଠାରେ ମଧ୍ୟ ଗ୍ରାହକଙ୍କ ବିଶ୍ୱାସଭାଜନ ହାସଲ କରିବା ଲାଗି ବ୍ୟାପକ ସୁଯୋଗ ରହିଛି। ଉକ୍ତ ଅଞ୍ଚଳରେ ଆମ ଦୃଢ଼ ମୂଳଦୁଆ ଅନୁସାରେ ସାମଗ୍ରିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବ।
ସେହିଭଳି କଲ୍ୟାଣ ଜୁଏଲର୍ସରେ ବିକ୍ରି କରାଯାଉଥିବା ଗହଣାଗୁଡ଼ିକ ବିଆଇଏସ୍‌ ହଲମାର୍କର ଏବଂ ଏକାଧିକ ଶୁଦ୍ଧତା ପରୀକ୍ଷା ଦେଇ ଗତି କରିଥାଏ। ଆମର ଗ୍ରାହକମାନେ ବ୍ରାଣ୍ଡ୍‌ର ୪ ସ୍ତରୀୟ ଆସ୍ୟୁରାନ୍ସ ସାର୍ଟିଫିକେଟ୍‌ ମଧ୍ୟ ପାଇବେ। ଯାହା ଶୁଦ୍ଧତା, ଗହଣାର ଜୀବନବ୍ୟାପୀ ମରାମତି, ସମ୍ପୂର୍ଣ୍ଣ ଉପତ୍ାଦ ବିବରଣୀ ଏବଂ ଏକ୍ସଚେଞ୍ଜ ଓ ବାଏ ବ୍ୟାକ୍‌ ନୀତିରେ ସ୍ବଚ୍ଛତା ଆଦିର ଗ୍ୟାରେଣ୍ଟି ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri