ମାଷ୍ଟର କ୍ୟାଣ୍ଟିନରେ ଖୋଲିବ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌ ରବିବାର ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହେବାକୁ ଯାଉଛି। ଏ ନେଇ କଲ୍ୟାଣ ଜୁଏଲର୍ସ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ ସହ ଓଡ଼ିଶା ବଜାରରେ କାରବାର ସମ୍ପ୍ରସାରଣ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଇଛି। ଏପରିକି ୨୦୨୩ ସେପ୍ଟେମ୍ବର ୨୪ (ରବିବାର) ସନ୍ଧ୍ୟା ୫ ଘଟିକାରେ ବଲିଉଡ୍‌ ଅଭିନେତ୍ରୀ ଜାହ୍ମବୀ କପୁର ଏହାକୁ ଉଦ୍‌ଘାଟନ କରିବେ ବୋଲି କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ କଲ୍ୟାଣ ଜୁଏଲର୍ସର ଏହା ୩ୟ ଶୋ’ରୁମ୍‌ ହୋଇଥିବା ବେଳେ ଓଡ଼ିଶା ବଜାରରେ ୫ମ ବୋଲି ସୂଚନା ଦିଆଯାଇଛି। ଏ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରମେଶ କଲ୍ୟାଣରମଣ କହିଛନ୍ତି, ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ ଭଳି ଜନଗହଳିପୂର୍ଣ୍ଣ ଅଞ୍ଚଳରେ କଲ୍ୟାଣ ଜୁଏଲର୍ସ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣାକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଉକ୍ତ ଶୋ’ରୁମ୍‌ ଦ୍ୱାରା ମାଷ୍ଟର କ୍ୟାଣ୍ଟିନରେ ଆମ ପୃଷ୍ଠପୋଷକ ଓ ବୃହତ୍‌ ଗ୍ରାହକ ବର୍ଗ ବେଶ୍‌ ଲାଭବାନ ହେବେ। ବିଶେଷକରି ଉକ୍ତ ଅଞ୍ଚଳରେ ଥିବା ଆମର ଦୃଢ଼ ମୂଳଦୁଆ ଓ ଗ୍ରାହକଙ୍କ ଚାହିଦା ଅନୁସାରେ ଆମେ ଆମର ଅଭିବୃଦ୍ଧି ଧାରା ବଢ଼ାଇବାକୁ ଅଭିଳାଷ ରଖିଛୁ। ସେହିଭଳି ବଜାରରେ ଉପସ୍ଥିତି ଦୃଢ଼ କରିବା ଏବଂ ଆମ ଅଭିବୃଦ୍ଧି ଧାରାକୁ ସୁଦୃଢ଼ କରିବା ପାଇଁ ଏହି ନିବେଶ ଆମ ପ୍ରତିବଦ୍ଧତାକୁ ଦର୍ଶାଉଛି। ଅପରପକ୍ଷରେ ଅଞ୍ଚଳର ରିଟେଲ୍‌ ଉପସ୍ଥିତିର ସମ୍ପ୍ରସାରଣ କରି ବ୍ରାଣ୍ଡ୍‌କୁ ପୃଷ୍ଠପୋଷକମାନଙ୍କ ପାଖରେ ପହଞ୍ଚାଇବା ଏବଂ ଅଭିବୃଦ୍ଧି ଧାରାକୁ ସହଯୋଗ କରିବା ପାଇଁ କମ୍ପାନୀ ରଣନୀତିର ଏକ ଅଂଶ ହେଉଛି, ଭୁବନେଶ୍ୱରରେ ଶୁଭାରମ୍ଭ କରାଯାଇଥିବା ଏହି ଶୋ’ରୁମ୍‌। ଉଲ୍ଲେଖଯୋଗ୍ୟ, କଲ୍ୟାଣ ଜୁଏଲର୍ସରେ ବିକ୍ରି କରାଯାଉଥିବା ଗହଣାଗୁଡ଼ିକ ବିଆଇଏସ୍‌ ହଲ୍‌ମାର୍କର ଏବଂ ଏକାଧିକ ଶୁଦ୍ଧତା ପରୀକ୍ଷା ଦେଇ ଗତି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri