କଲ୍ୟାଣକୁମାର ଜେଏସ୍‌ଏଲ୍‌ର ନୂଆ ସିଏସ୍‌ଓ

ନୂଆଦିଲ୍ଲୀ,୧୦।୧: ଜିନ୍ଦଲ ଷ୍ଟେନଲେସ ଲିମିଟେଡ (ଜେଏସ୍‌ଏଲ୍‌)ର ନୂଆ ଚିଫ ସଷ୍ଟେନବିଲିଟି ଅଫିସର (ସିଏସଓ) ଭାବେ କଲ୍ୟାଣ କୁମାର ଭଟ୍ଟାଚାର୍ଜୀ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଜେଏସଏଲର ଶକ୍ତି ଏବଂ ଇଏସଜିର ଉପସଭାପତି ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ। ଏପରିକି ଉପସଭାପତି ଭାବେ ସେ ଏଣ୍ଟରପ୍ରାଇଜ୍‌ ଇଏସଜି ରୂପାନ୍ତରୀକରଣ, ଇସ୍ପାତ ଉତ୍ପାଦନରେ ଅଙ୍ଗାରକାମ୍ଳ ନିରପେକ୍ଷତା, ଡି. କାର୍ବୋନାଇଜେଶନ୍‌ ପଥ ଏବଂ ସ୍ଥିରତା ପାଇଁ ଆବଶ୍ୟକ କାର୍ଯ୍ୟ ଓ ନେତୃତ୍ୱ ନେଇଛନ୍ତି। ବିଶେଷ କରି ଇସ୍ପାତ ଶିଳ୍ପରେ ଭଟ୍ଟାଚାର୍ଜୀଙ୍କର ପ୍ରାୟ ୩ ଦଶନ୍ଧିର ବଳିଷ୍ଠ ଅଭିଜ୍ଞତା ରହିଛି। ଅପରପକ୍ଷରେ ପରିବେଶ, ସାମାଜିକ ଓ ଶାସନ ଲକ୍ଷ୍ୟଗୁଡ଼ିକୁ ହାସଲ କରିବା ଦିଗରେ ଜେଏସଏଲ ପକ୍ଷରୁ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଉଲ୍ଲେଖଯୋଗ୍ୟ ଜେଏସଏଲର ପ୍ରଥମ ସିଏସଓ ଭାବେ କଲ୍ୟାଣ କୁମାର ଭଟ୍ଟାଚାର୍ଜୀ ନିଯୁକ୍ତ ହୋଇଛନ୍ତି। ସେହିଭଳି ଭଟ୍ଟାଚାର୍ଜୀ ଜିନ୍ଦଲ ଷ୍ଟେନଲେସର ସ୍ଥାୟିତ୍ୱ ପଦକ୍ଷେପ ପାଇଁ ଦାୟୀ ରହିବେ, ଯେଉଁଥିରେ ବର୍ତ୍ତମାନ ତଥା ଭବିଷ୍ୟତର କ୍ଷମତା ସମ୍ପ୍ରସାରଣ ଯୋଜନା ପାଇଁ ଡି଼କାର୍ବୋନାଇଜ୍‌ ପ୍ରୟାସ ଏବଂ ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସକୁ ନେଇ ୨୦୫୦ସୁଦ୍ଧା କମ୍ପାନୀର ନେଟ୍‌ ଜିରୋ ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନଲେସର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ଜିନ୍ଦଲ ଷ୍ଟେନଲେସରେ ସିଏସଓ ପଦବୀ ବ୍ୟବସାୟ ତଥା ବାହାରେ ନିରନ୍ତର ଉତ୍କର୍ଷତା ପାଇଁ ଦିଗ ନିର୍ଦ୍ଧାରିତ କରିବା ସହ ଏକ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିବା। ଏକ ଦାୟିତ୍ୱପୂର୍ଣ୍ଣ କର୍ପୋରେଟ ସଂସ୍ଥା ଭାବେ ସ୍ଥାୟୀ ଉତ୍ପାଦନକୁ ସ୍ଥାନାନ୍ତର କରିବାକୁ ଆମେ ପ୍ରତିବଦ୍ଧ, ଆମେ ସଚେତନତା ସହ ଆମର କାର୍ବନ ଏମିସନକୁ ହ୍ରାସ କରିବାକୁ ପଦକ୍ଷେପ ନେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?