ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ  ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା ଦାବିରେ ଶତାଧିକ ଡଙ୍ଗରିଆ ଓ ସ୍ଥାନୀୟ ବାସିନ୍ଦା କଲ୍ୟାଣସିଂହପୁର ଥାନା ଘେରାଉ କରିଛନ୍ତି।

ଆନ୍ଦୋଳନକାରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଥାନା ସମ୍ମୁଖରେ ପ୍ରତିବାଦ କରିଥିଲେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଥାନା ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଘଟଣାସ୍ଥଳରେ ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଅଞ୍ଚଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଜାରି ରହିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଲଦ ସିକକା ଗତକାଲି ଦୁଇଟି ପୁରୁଣା ମାମଲା—ସି.ଟି. କେସ୍‌ ନମ୍ବର ୩୪୯/୨୦୧୭ ଏବଂ ୧୬୪/୨୦୧୯—ରେ କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇ ଜାମିନ ପାଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୪ଟା ସମୟରେ ସେ ନିଜ ଆଇନଜୀବୀ ଓ ସହଯୋଗୀଙ୍କ ସହ ଫେରୁଥିବାବେଳେ ପୋଲିସ ଟିମ୍‌ ତାଙ୍କ ଗାଡ଼ିକୁ ଅଟକାଇ ତାଙ୍କୁ ନେଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, କଲ୍ୟାଣସିଂହପୁର ଆଇଆଇସି ଅଜିତ କୁମାର ପରିଡ଼ା, କେସିଙ୍ଗା ଏସ୍‌ଡିପିଓ ସନ୍ଦୀପ କୁମାର ମାଝୀ ଏବଂ ବିଶ୍ୱନାଥପୁର ଆଇଆଇସି କଳ୍ପନା ବେହେରାଙ୍କ ନେତୃତ୍ୱରେ ଆସିଥିବା ପୋଲିସ ଟିମ୍‌ ତାଙ୍କୁ ଅଟକାଇ ନେଇଥିଲେ।

ଅପରପକ୍ଷରେ, ରାୟଗଡ଼ା ଜିଲାର ବିଭିନ୍ନ ଥାନାରେ ଲଦ ସିକକାଙ୍କ ନାମରେ ପ୍ରାୟ ୧୧ଟି ମାମଲା ବିଚାରାଧୀନ ରହିଥିବା ସହ ତାଙ୍କ ବିରୋଧରେ ପୂର୍ବରୁ ୱାରେଣ୍ଟ ଜାରି ହୋଇଥିବାରୁ ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ନିୟମଗିରି ସୁରକ୍ଷା ସମିତି ପକ୍ଷରୁ କଲ୍ୟାଣସିଂହପୁର ଆଇଆଇସିଙ୍କ ଜରିଆରେ ରାୟଗଡ଼ା ଆରକ୍ଷୀ ଅଧୀକ୍ଷକଙ୍କୁ ଏକ ଜରୁରୀ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ସମିତି ପକ୍ଷରୁ ଅଭିଯୋଗ କରାଯାଇଛି ଯେ,  ସିକକାଙ୍କୁ ନେଇଯିବା ସମୟରେ ତାଙ୍କ ଆଇନଜୀବୀ ନରେନ୍ଦ୍ର ମହାନ୍ତିଙ୍କୁ କୌଣସି ଲିଖିତ ‘ଆରେଷ୍ଟ ମେମୋ’ ପ୍ରଦାନ କରାଯାଇ ନ ଥିଲା କିମ୍ବା ଗିରଫଦାରୀର ଆଇନଗତ ଆଧାର ସ୍ପଷ୍ଟ କରାଯାଇ ନ ଥିଲା। ସେହିପରି, ଗିରଫ ପରେ ଲଦ ସିକକାଙ୍କୁ କେଉଁ ସ୍ଥାନରେ ରଖାଯାଇଛି, ସେ ସମ୍ପର୍କରେ ଥାନା କିମ୍ବା ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ମିଳି ନ ଥିବା ସମିତି ପକ୍ଷରୁ କୁହାଯାଇଛି।

ନିୟମଗିରିର ଜଳ, ଜଙ୍ଗଲ, ଜମି ଓ ଜୀବିକା ସୁରକ୍ଷା ପାଇଁ ଚାଲିଥିବା ଗଣତାନ୍ତ୍ରିକ ଆନ୍ଦୋଳନକୁ ଦମନ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଥିବା ନିୟମଗିରି ସୁରକ୍ଷା ସମିତି ଅଭିଯୋଗ କରିଛି। ଲଦ ସିକକାଙ୍କୁ ତୁରନ୍ତ ମୁକ୍ତ କରିବା ସହ ସମଗ୍ର ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ସମିତି ଦାବି କରିଛି। ଯଦି ତାଙ୍କୁ ଶୀଘ୍ର ମୁକ୍ତ କରା ନ ଯାଏ, ତେବେ ଆଗାମୀ ଦିନରେ ଆନ୍ଦୋଳନକୁ ଜିଲାବ୍ୟାପୀ ତୀବ୍ର କରାଯିବ ବୋଲି ସମିତି ଚେତାବନୀ ଦେଇଛି। ତେବେ ଏହି ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ପ୍ରତିକ୍ରିୟା ମିଳିପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?