କାମଧେନୁ ଯୋଜନା: କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୪।୯(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଣିତ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଆନୁକୁଲ୍ୟରେ ଦିଗପହଣ୍ଡି ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ନିମନ୍ତେ ୩୦ ଚାଷୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ପ୍ରାଣୀ ଚିକିତ୍ସାଧିକାରୀ ଡ଼.ମଧୁସ୍ମିତା ପଣ୍ଡାଙ୍କ ସଂଯୋଜନାରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଏବଂ ବ୍ରହ୍ମପୁର ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ ଡ଼.ଅରବିନ୍ଦ ବେହେରା, ଅତିରିକ୍ତ ବିଡ଼ିଓ ଉମେଶ ସେଠୀ, ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଚାଷୀଙ୍କୁ ଆତ୍ମ ନିର୍ଭରଶୀଳ କରାଯିବା ନିମନ୍ତେ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ କୁକୁଡ଼ା,ଛେଳି,ମଇଁଷି ଓ ଗୋପାଳନ ସହ ଘାସ ଚାଷ, ଦାନା ପ୍ରସ୍ତୁତି ପାଇଁ ଚିହ୍ନଟ ଚାଷୀ ହିତାଧିକାରୀ ମାନଙ୍କୁ ବିଧାୟକ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ କରପଡ଼ା ପଞ୍ଚାୟତ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସୱାମୀ,ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ.ସନ୍ତୋଷ , ପ୍ରାଣୀ ଚିକିତ୍ସକ ଡ. ସିଦ୍ଧାର୍ଥ ଶଙ୍କର ପାଣିଗ୍ରାହୀ,ଡ଼. ଚିତ୍ତରଞ୍ଜନ ପଣ୍ଡା, ପ୍ରାଣୀଧନ ନିରୀକ୍ଷକ କେ . କାମେଶ୍ବର ରେଡ୍ଡୀ ,ବି . ଲକ୍ଷ୍ମୀନାରାୟଣ ରେଡ୍ଡୀ , ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri