ରାଜ୍ୟରେ ଲାଗୁ ହେବ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ କହିଲେ ୧୪୨୪ କୋଟି…

ଭୁବନେଶ୍ୱର,୧୩।୯: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା। ଜାତୀୟ ମୌସୁମୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ସୂଚନା ଦେଇଛନ୍ତି। କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା। ଗାଈଗୋରୁଙ୍କ ସ୍ବାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା ହୋଇଛି।
ସେହିପରି ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା।

ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ଆରମ୍ଭ କରାଯିବ। ଏହା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍‌ବ୍ରିଡ୍‌ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍‌ ପ୍ରତିଷ୍ଠା କରାଯିବ। ଏଥିସହ ୨୦ ହଜାର ଦୁଗ୍ଧ ଚାଷୀଙ୍କୁ ରିହାତିରେ ବାଛୁରୀ ଖାଦ୍ୟ ଯୋଗାଇଦିଆଯିବ। ୧ ଲକ୍ଷ ଚାଷୀ ଦୁଧିଆଳୀ ଗାଈର ବୀମା ପାଇଁ ସହାୟତା ପାଇବେ। ଏସବୁକୁ ଦୃଷ୍ଟିରେ ରଖି ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ମୋଟ ଆବଣ୍ଟନ ୬୯୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ବଜେଟ ଅଭିଭାଷଣ ବେଳେ ସୂଚନା ଦେଇଥିଲେ।

ତେବେ ଓଡ଼ିଶାରେ ପ୍ରଥମ ଥର ପାଇଁ କ୍ଷମତାସୀନ ହୋଇଥିବା ଭାଜପା ସରକାର ଏହାକୁ ହୃଦୟଙ୍ଗମ କରି ନିଜ ପ୍ରଥମ ବଜେଟରେ ‘ସମୃଦ୍ଧ କୃଷକ ଯୋଜନା’ର ପରିକଳ୍ପନା କରିଛନ୍ତି। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ଗୁରୁବାର ବିଧାନସଭାରେ ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri